February 27, 2026
Home » ସୁରେଶ୍ଵରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ

ସୁରେଶ୍ଵରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ

0
WhatsApp Image 2025-03-27 at 3.06.32 PM

ସୁବର୍ଣ୍ଣପୁର — ସୁବର୍ଣ୍ଣପୁର ଜିଲ୍ଲା ସଦର ସୁରେଶ୍ଵରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ 2024-25 ଶିକ୍ଷା ବର୍ଷର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଦୀପ ବେହେରା ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ବୁଦ୍ଧଦେବ ସା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଅଧ୍ୟବସାୟ ବଳରେ ଅସାଧ୍ୟ ସାଧନ କରାଯିବା କଥା ଉପରେ ଗୁରୁତ୍ବ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉଜ୍ଜ୍ଵଳ ଭବିଷ୍ୟତ ଗଠନ ପାଇଁ ପ୍ରେରଣା ଦେଇଥିଲେ।ସମ୍ମାନିତ ଅତିଥି ଭାବରେ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ସତ୍ୟନାରାୟଣ ପ୍ରଧାନ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ସୁବାସିନି ପୂଜାହାରୀ ଙ୍କ ଦ୍ଵାରା ସ୍ବାଗତ ଭାଷଣ ଓ ସହକାରୀ ଶିକ୍ଷୟିତ୍ରୀ ଶ୍ରୀମତୀ ଗୋଲାପ ମଞ୍ଜରୀ ସେଠୀ ଙ୍କ ଦ୍ଵାରା ବାର୍ଷିକ ବିବରଣୀ ପଠନ କରାଯାଇଥିଲା। ଶିକ୍ଷକ ଶ୍ରୀଯୁକ୍ତ ତ୍ରିଲୋଚନ ନାୟକ ମଞ୍ଚ ପରିଚାଳନା କରିଥିଲେ। ପରିଶେଷରେ ଛାତ୍ର ଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l

ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Leave a Reply

Your email address will not be published. Required fields are marked *