September 10, 2026
Home » ସେlନପୁର ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଆୟୋଜିତ

ସେlନପୁର ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଆୟୋଜିତ

0
WhatsApp Image 2026-09-10 at 1.15.00 PM

l ସୁବର୍ଣ୍ଣପୁର — ସୁବର୍ଣ୍ଣପୁର ଜିଲ୍ଲା ସେlନପୁର ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ସରକାରୀ ବାଳିକା ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇ ଯାଇଛି lପୂର୍ବାହ୍ନ ରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲକ୍ଷ୍ମଣ ମିଶ୍ର ଙ୍କ ଆବାହକତ୍ଵ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଯେlଗଦାନ କରି ଏହି ପଦକ୍ଷେପ ର ଉଦ୍ଦେଶ୍ୟ ସମ୍ପର୍କ ରେ ସୂଚନା ପ୍ରଦାନ କରିଥିଲେ।2047 ମସିହା ରେ ଭାରତ ଶକ୍ତି ଝୁଡି ସମ୍ଭାବନା ଓ ଆହ୍ୱାନ ଶୀର୍ଷକ ଆଲୋଚନା ଚକ୍ର ରେ ବ୍ଲକ ର ବିଭିନ୍ନ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ରୁ 36 ଜଣ ଛାତ୍ର ଛାତ୍ରୀ ନିଜର ବିଶ୍ଲେଷଣ ଉପସ୍ଥାପନା କରିଥିବା ବେଳେ ବିଜ୍ଞାନ ଶିକ୍ଷକ ରଜତ ବଡମାଳୀ ଓ ସୁଜିତ କୁମାର ମିଶ୍ର ବିଚାରକ ଭାବରେ ଯେlଗ ଦେଇ ମୂଲ୍ୟାୟନ କରିଥିଲେ। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୣଷ୍ଣଚନ୍ଦ୍ର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ.। ଅନ୍ୟ ମାନଙ୍କ ମଧ୍ୟରେ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ପ୍ରଜ୍ଞା ପାରମିତା ଦାଶ, ବଡଝିଙ୍କି ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ମିଶ୍ର ଙ୍କ ସମେତ ସାଧନ କେନ୍ଦ୍ର ସଂଯୋଜକ ମାନେ ଉପସ୍ଥିତ ରହି ଏହାକୁ ସଂପାଦନ କରିଥିଲେ l

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *