August 20, 2026
Home » ସୋଆ କ୍ରିଏଟିଭୋ ପକ୍ଷରୁ ‘ମାର୍ଗଶିରର ମହକ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୋଆ କ୍ରିଏଟିଭୋ ପକ୍ଷରୁ ‘ମାର୍ଗଶିରର ମହକ’ କାର୍ଯ୍ୟକ୍ରମ ଅନୁଷ୍ଠିତ

0
Criativo (1)

ଭୁବନେଶ୍ୱର, ଡିସେମ୍ବର ୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ର ସାମାଜିକ ଓ ସାଂସ୍କୃତିକ ଶାଖା ‘କ୍ରିଏଟିଭୋ’ ପକ୍ଷରୁ ଅଭିନବ କାର୍ଯ୍ୟକ୍ରମ ମାର୍ଗଶିରର ମହକର ଦ୍ୱିତୀୟ ଭାଗ ଆରମ୍ଭ ହୋଇଛି।
ଏକ ସପ୍ତାହ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତା ତଥା ଓଡ଼ିଆ ସଂସ୍କୃତି ପରମ୍ପରା ଆଧାରିତ ସାଧାରଣ ଜ୍ଞାନ, ଚିତ୍ରାଙ୍କନ, ମାର୍ଗଶିର ଝୋଟି ଓ ଓଡ଼ିଆ ବକ୍ତୃତା ଅନୁଷ୍ଠିତ ହେବ। ମାର୍ଗଶିର ମାସର ଶେଷ ଗୁରୁବାର ଦିନ ଅପରାହ୍ନରେ ଏହି କାର୍ଯ୍ୟକ୍ରମର ଅନ୍ତିମ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ପ୍ରଖ୍ୟାତ ଗାୟିକା ଶ୍ରୀମତି ଗୀତା ଦାଶ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଓଡ଼ିଆ ସଂସ୍କୃତି, ପରମ୍ପରା, ପର୍ବପର୍ବାଣି ଓ କୃଷିକୁ ଜୀବିତ କରି ରଖିବା। ଏହି ପ୍ରତିଯୋଗିତାରେ ଆଇଏଏସ୍ ଓ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌)ର ଛାତ୍ରଛାତ୍ରୀମାନେ ଭାଗ ନେଇଥିବା ବେଳେ ବିଚାରକ ଭାବେ ଆଇଏଏସ୍‌ର ପ୍ରଫେସର ବିବୁଧ ପରାଶର, ପ୍ରଫେସର ପ୍ରଭାତ କୁମାର ଷଡ଼ଙ୍ଗୀ, ଡକ୍ଟର ସତ୍ୟ ନାରାୟଣ ଶତପଥୀ ଓ ପ୍ରଫେସର ରୁଦ୍ରନାରାୟଣ ସାହୁ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀ ଓ ଅଧ୍ୟାପକଙ୍କ ମଧ୍ୟରେ ଓଡ଼ିଆ ପର୍ବପର୍ବାଣି ଓ କୃଷି ବିଜ୍ଞାନ ସମ୍ବନ୍ଧରେ ମଧ୍ୟ ଆଲୋଚନା ହୋଇଥିଲା। ଡକ୍ଟର ଭୁବନାନନ୍ଦ ଅଧିକାରୀଙ୍କ ସଂଯୋଜନାରେ ଅନୁ୍‌ଷ୍ଠିତ ଏହି ପ୍ରତିଯୋଗିତାରେ ଶ୍ରୀମତି ଲୋପାମୁଦ୍ରା ମହାନ୍ତି, ଡକ୍ଟର ରାକେଶ ରୋସନ୍ ଶତପଥୀ, ଡକ୍ଟର ସୁବ୍ରତ ସେନାପତି, ଡକ୍ଟର ବିଦ୍ୱାନ ରଞ୍ଜନ ସାହୁ, ଡକ୍ଟର ମୁକେଶ କୁମାର ପାତ୍ର, ଶ୍ରୀ ମାନସ ଦାସ, ଶ୍ରୀ ବିଶ୍ୱଜିତ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଆଶିଷ ପ୍ରତୀକ ବିଶ୍ୱାଳ, ସଲୋନି ଶ୍ରୀୟାଶ୍ରି ଜେନା ଓ ଆଦିତ୍ୟ ନାରାୟଣ ପରିଚାଳନା କରିଥିଲେ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed