ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣିଶିବିର ଅନୁଷ୍ଠିତ : ୬୨ଟି ଦରଖାସ୍ତ ଗ୍ରହଣ
ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀ ଦେବାଶିଷ ସିଂହ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁର ଶ୍ରୀ କେ.କେ ହରିପ୍ରସାଦ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୬୨ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୪୭ଟି ବ୍ୟକ୍ତିଗତ ଏବଂ ୧୫ଟି ସାମୂହିକ ଦରଖାସ୍ତ ଥିଲା। ଏଥିମଧ୍ୟରୁ ୬ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ଏବଂ ଗୋଟିଏ ଅଭିଯୋଗ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (ସିଏମଆରଏଫ) ସମ୍ବନ୍ଧୀୟ ଥିଲା।
ଅବଶିଷ୍ଟ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି।
ଏହି ଅବସରରେ, ଅତିରିକ୍ତ ଜିଲ୍ଲାପାଳ( ରାଜସ୍ୱ )ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ )ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ ମେହେର, ସହାୟକ ଜିଲ୍ଲାପାଳ (ଅଭିଯୋଗ ଶାଖା )ପ୍ରିୟଦର୍ଶିନୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ମଧ୍ୟ ଉପସ୍ଥିତ ଥିଲେ l ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
