July 5, 2025
Home » ସୋନପୁର ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୋନପୁର ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
WhatsApp Image 2024-12-02 at 4.43.54 PM

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାମ ପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ଯା ନିହିତ ୨୮ଗୋଟି ପଞ୍ଜୀକୃତ ଅଭିଯୋଗ ଦରଖାସ୍ତ ହସ୍ତଗତ ହୋଇଥିଲା । ତନ୍ମଧ୍ୟରୁ ୧୯ ଗୋଟି ବ୍ୟକ୍ତିଗତ ଦରଖାସ୍ତ ଗ୍ରହଣ କରାଯାଇଥିବା ବେଳେ, ୦୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ତନ୍ମଧ୍ୟରୁ ଗୋଟିଏ ଦରଖାସ୍ତ ବା ଅଭିଯୋଗ ତୁରନ୍ତ ଶୁଣାଣି ସମୟ ମଧ୍ୟରେ ଫଏସଲା ହୋଇଥିଲା ।

ଅବଶିଷ୍ଟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଦାନ କରାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସୋନପୁର, ଶ୍ରୀ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ତତ୍ବାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଙ୍କ ସମେତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ଵିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଶ୍ରୀମତୀ ସୌମ୍ୟାରୂପା ରଥ, ତହସିଲଦାର, ସୋନପୁର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ,ସହକାରୀ ଜିଲ୍ଲା ଯୋଗାଣ ଅଧିକାରୀ, ଶ୍ରୀ ପ୍ରଭାତ କୁମାର ଦାସ, ଅଧିକ୍ଷଣ ଯନ୍ତ୍ରୀ, ଆର୍. ଦବ୍ଲୁ.ଏସ୍. ଏସ୍., ସୁବର୍ଣ୍ଣପୁର, ତପନ ପଧାନ, ଜିଲ୍ଲା ମଙ୍ଗଲ ଅଧିକାରୀ, ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀ ଗୋବିନ୍ଦ ବଲ୍ଲଭ ଷଡଙ୍ଗୀ, ଜିଲ୍ଲା ଶିକ୍ଷା ଅଧିକାରୀ, ଶ୍ରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ସଂସ୍କୃତି ଅଧିକାରୀ, ସୁଶ୍ରୀ ଯମୁନା ପଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଶ୍ରୀ ଅର୍ଜୁନ ମାଝୀ, ବିଭିନ୍ନ ଜିଲ୍ଲା, ତହସିଲ ,ବ୍ଲକ ସ୍ତରୀୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Leave a Reply

Your email address will not be published. Required fields are marked *