January 7, 2026
Home » ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
WhatsApp Image 2026-01-05 at 3.47.32 PM

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ, ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୫୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୪୩ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୦୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୦୫ ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିର ରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ସୋନପୁର ବିଡ଼ିଓ ଶ୍ରୀ ପ୍ରତୀକ କୁମାର କରଙ୍କ ତତ୍ୱାବଧାନରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଉପ – ଜିଲ୍ଲାପାଳ, ସୋନପୁର, ଡ. ସୌମ୍ୟାରୂପା ରଥଙ୍କ ସମେତ ତହସିଲଦାର, ସୋନପୁର ରଶ୍ମିରେଖା ଜି ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ। ଆଜି ଜାନୁୟାରୀ ମାସର ୦୫ ତାରିଖ ହୋଇଥିବାରୁ ସୁବର୍ଣ୍ଣପୁର ଜିଲ୍ଲାର ଅନୁସୂଚିତ ଜନଜାତି ସମ୍ପ୍ରଦାୟର ଲୋକଙ୍କ ସ୍ଵତନ୍ତ୍ର ଭାବେ ଅଭିଯୋଗ ଶୁଣାଣି ମଧ୍ୟ ଏକା ସାଙ୍ଗରେ ଅନୁଷ୍ଠିତ ହୋଇଥିଲା । ଏହି ଅନୁସୂଚିତ ଜନଜାତି ସମ୍ପ୍ରଦାୟ ର ସ୍ଵତନ୍ତ୍ର ଅଭିଯୋଗ ଶୁଣାଣି ଅବସରରେ ସମୁଦାୟ ୦୯ ଗୋଟି ଅଭିଯୋଗ ହସ୍ତଗତ ହୋଇଥିଲା, ତନ୍ମଧ୍ୟରୁ ୦୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ଓ ୦୨ ସାମୁହିକ ଅଭିଯୋଗ ହସ୍ତଗତ ହୋଇଥିଲା। ଏହି ଅନୁସୂଚିତ ଜନଜାତି ସମ୍ପ୍ରଦାୟରୁ ହସ୍ତଗତ ହୋଇଥିବ ସମସ୍ତ ଅଭିଯୋଗ ପତ୍ର ଗୁଡ଼ିକକୁ ସଂପୃକ୍ତ କାର୍ଯ୍ୟାଳୟ ଓ ଅଧିକାରୀ ମାନଙ୍କ ଦ୍ଵାରା ଉପଯୁକ୍ତ ତଦନ୍ତ, କାର୍ଯ୍ୟାନୁଷ୍ଠାନ ସହିତ ତୁରନ୍ତ ସମାଧାନ କରି ଅନୂପାଳନ ବିବରଣୀ ପଠାଇବା ପାଇଁ ସମସ୍ତ ଅଭିଯୋଗ ପତ୍ର ଗୁଡ଼ିକ ପ୍ରେରଣ କରାଯାଇଛି l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *