October 24, 2025
Home » ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
WhatsApp Image 2025-07-07 at 4.53.17 PM

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଜୟ କୁମାର ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୦୯ (ନଅ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୦୪ (ଚାରି) ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ୦୨ (ଦୁଇ) ଗୋଟିଏ ଦରଖାସ୍ତ ରେଡକ୍ରସ ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପାଇଁ ଗ୍ରହଣ କରାଯାଇଥିବା ବେଳେ ଅନ୍ୟ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ ସୋନପୁର ଶ୍ରୀ ସଂଜୀବ କୁମାର ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଡଃ. ସୌମ୍ୟାରୂପା ରଥଙ୍କ ସମେତ ତହସିଲଦାର ସୋନପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..

Leave a Reply

Your email address will not be published. Required fields are marked *