August 20, 2026
Home » ସ୍ନାନଯାତ୍ରା ଏବଂ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା କିଭଳି ସୁରୁଖୁରୁରେ ଓ ଶୃଙ୍ଖଳିତ ହେବସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ।

ସ୍ନାନଯାତ୍ରା ଏବଂ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା କିଭଳି ସୁରୁଖୁରୁରେ ଓ ଶୃଙ୍ଖଳିତ ହେବସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ।

0
Screenshot 2026-06-01 140955

ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ କୁ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି। ଶୃଙ୍ଖଳିତ ନୀତି କାନ୍ତି ସହ ମହାପ୍ରଭୁଙ୍କ ସ୍ନାନଯାତ୍ରା ଏବଂ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା କିଭଳି ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ ହେବ ସେନେଇ ଛତିଶା ନିଯୋଗ ସେବାୟତ ପ୍ରତିନିଧିଙ୍କ ସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ।

ବୈଠକ ସରିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ପ୍ରତିକ୍ରିୟା ଦେଇ କହିଛନ୍ତି, ରାଜେନ୍ଦ୍ରାଭିଷେକ ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ଚୂଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟ କୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି। ଚଳିତ ବର୍ଷ ସ୍ନାନଯାତ୍ରା, ରଥଯାତ୍ରା, ବାହୁଡ଼ା ଯାତ୍ରା ବ୍ୟବସ୍ଥାବଳୀ କୁ ମଧ୍ୟ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି। ଆସନ୍ତା ଜୁନ୍ ୫ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବ। ତେବେ ସ୍ନାନଯାତ୍ରାରେ ପହଣ୍ଡି ବିଜେ, ଜଳ ବିଜେ, ଜଳ ଲାଗି, ଛେରା ପହଁରା, ହାତୀବେଶକୁ ଶୃଙ୍ଖଳିତ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ସେବାୟତ। ରଥଯାତ୍ରା ସମୟରେ ଶୃଙ୍ଖଳିତ ପହଣ୍ଡି ଓ ରଥଟଣା ସହିତ ଶୃଙ୍ଖଳିତ ଦର୍ଶନ ନେଇ ସହଯୋଗ ଲୋଡ଼ା ଯାଇଛି। ବିଗତ ବର୍ଷ ଘଟିଥିବା ଅଘଟଣକୁ ସଂଶୋଧନ କରି ଚଳିତ ବର୍ଷ ସମସ୍ତଙ୍କର ସହଯୋଗରେ କିଭଳି ଶୃଙ୍ଖଳିତ ଘୋଷଯାତ୍ରା ଅନୁଷ୍ଠିତ ହେବ ସେନେଇ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛୁ ।

ଠାକୁରଙ୍କ ଦୈନନ୍ଦିନ ନୀତି କାନ୍ତି କୁ ଶୃଙ୍ଖଳିତ କରିବା ପାଇଁ ସମସ୍ତ ସେବକ ଛତିଶା ନିଯୋଗ ବୈଠକରେ ପ୍ରତିଶ୍ରୁତି ଦେଇଛନ୍ତି। ଜୁନ ୨୯ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ଅବସରରେ ପ୍ରାତଃ ୪ ଟା ୩୦ ରେ ମଙ୍ଗଳାର୍ପଣ, ୫ ଟା ରୁ ୭ ଟା ମଧ୍ୟରେ ଡୋର ଲାଗି, ପୁଷ୍ପାଞ୍ଜଳି ହୋଇ ପହଣ୍ଡି ଆରମ୍ଭ ହେବ। ୯ ଟା ବେଳେ ମଙ୍ଗଳା ଆଳତି ଅନୁଷ୍ଠିତ ହୋଇ ଅନ୍ୟାନ୍ୟ ନୀତି କାନ୍ତି ଅନୁଷ୍ଠିତ ହେବା ପରେ ଦିନ ୧୨ ଟା ରୁ ୨ ଟା ମଧ୍ୟରେ ଜଳ ବିଜେ, ପୂଜା, ସ୍ନାନ ନୀତି ଅନୁଷ୍ଠିତ ହେବ। ୩ ଟା ୩୦ ମିନିଟ ସମୟରେ ଛେରା ପହଁରା ଅନୁଷ୍ଠିତ ହେବା ପରେ ୪ ଟା ରୁ ୫ ଟା ମଧ୍ୟରେ ମହାପ୍ରଭୁଙ୍କ ଚିତାକର୍ଷକ ହାତୀ ବେଶ ଅନୁଷ୍ଠିତ ହେବ। ରାତି ୧୧ ଟା ରୁ ୨ ମଧ୍ୟରେ ବାହୁଡା଼ ପହଣ୍ଡି ନୀତି ଅନୁଷ୍ଠିତ ହେବ।ସେହିପରି ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରା ଦିନ ସକାଳ ୬ ଟା ରେ ମଙ୍ଗଳା ଆଳତି ଅନୁଷ୍ଠିତ ହେବା ପରେ ଅନ୍ୟାନ୍ୟ ନୀତି କାନ୍ତି କରାଯାଇ ସକାଳ ୮ ଟା ରୁ ୯ ଟା ମଧ୍ୟରେ ଗୋପାଳ ବଲ୍ଳଭ ଓ ସକାଳ ଧୂପ ନୀତି ଅନୁଷ୍ଠିତ ହେବ। ୯ ଟା ବେଳେ ରଥ ପ୍ରତିଷ୍ଠା, ୯ ଟା ୧୫ ରେ ମଙ୍ଗଳାର୍ପଣ ନୀତି ଅନୁଷ୍ଠିତ ହୋଇ ୯ ଟା ୩୦ ରେ ପହଣ୍ଡି ଆରମ୍ଭ ହେବ। ୧୨ ଟା ୩୦ ରେ ପହଣ୍ଡି ଶେଷ ହୋଇ ୧୨ ଟା ୩୦ ରୁ ୧ ଟା ମଧ୍ୟରେ ମଦନମୋହନ ବିଜେ ହେବେ। ଏହାପରେ ଚିତା ଲାଗି ଏବଂ ବେଶ ଶେଷ ହୋଇ ଦିନ ୨ ଟା ରୁ ୩ ଟା ମଧ୍ୟରେ ଛେରା ପହଁରା ନୀତି ଅନୁଷ୍ଠିତ ହେବ। ୩ ଟା ରୁ ୪ ଟା ମଧ୍ୟରେ ଚାର ଫିଟା ଓ ଘୋଡା ସାରଥୀ ଲାଗି ପରେ ଅପରାହ୍ନ ୪ ଟାରେ ରଥ ଟଣା ଆରମ୍ଭ ହେବ। ନିଳାଦ୍ରୀ ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଏହି ନୀତି ନିର୍ଘଣ୍ଟ କୁ ଅନୁମୋଦନ କରାଯାଇଛି। ବୈଠକରେ ପୁରୀ ଜିଲ୍ଲାପାଳ, ଏସପି, ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ଏବଂ ଛତିଶା ନିଯୋଗର ସେବାୟତ ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ତେବେ ମହାପ୍ରଭୁଙ୍କ ଆଶୀର୍ବାଦରୁ ଚଳିତ ବର୍ଷ ସ୍ନାନଯାତ୍ରା ଓ ଘୋଷଯାତ୍ରା ଶୃଙ୍ଖଳିତ ଓ ସୁରୁଖୁରୁରେ ଆୟୋଜନ ହେବ ବୋଲି ଆଶା ରଖିଛନ୍ତି ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନ।

ସେପଟେ ଆସନ୍ତା ଜୁନ୍ ୨୯ ରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଏବଂ ଜୁଲାଇ ୧୬ ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ତେବେ ସ୍ନାନଯାତ୍ରା ଓ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ ପୁରୀ ପୋଲିସ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପୁରୀ ଏସପି ଙ୍କ କାର୍ଯ୍ୟାଳୟରେ ଆଜି ପୁରୀ ପୋଲିସ ସହ ଦଇତାପତି ନିଯୋଗ ମଧ୍ୟରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି।ପୁରୀ ଏସପି ପ୍ରତୀକ ସିଂ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦଇତାପତି ନିଯୋଗର ସଭାପତି, ସମ୍ପାଦକ ଙ୍କ ସହ ବରିଷ୍ଠ ସଦସ୍ୟ ମାନେ ଉପସ୍ଥିତ ଥିଲେ। ବୈଠକରେ ସ୍ନାନ ଯାତ୍ରା ଓ ଘୋଷଯାତ୍ରା ନୀତି କାନ୍ତିକୁ ଶୃଙ୍ଖଳିତ କରିବା, ପହଣ୍ଡି ବିଜେ ନୀତି ନିର୍ଦ୍ଧାରିତ ସମୟରେ ସମାପନ କରିବା ଏବଂ ପ୍ରଶାସନ ସହିତ ସେବାୟତ ମାନେ ସମନ୍ବୟ ରଖି ସମସ୍ତ କାର୍ଯ୍ୟ କରିବାକୁ ବୈଠକରେ ସେବାୟତ ଙ୍କୁ ଅନୁରୋଧ କରିଥିଲେ ଏସପି। ଏଥିସହ ଠାକୁରଙ୍କ ପହଣ୍ଡି ନୀତି, ରଥଟଣା ଓ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ କୁ ବିଶେଷ ଗୁରୁତ୍ୱ ଦିଆଯାଇଛି ଏହି ବୈଠକରେ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed