August 22, 2026
Home » ସ୍ବାଧିନତା ପରବର୍ତ୍ତୀ ଓଡ଼ିଆ କବିତା ଓ ଏକବିଂଶ ଶତାବ୍ଦୀର ଓଡ଼ିଆ ନାଟକ ଉପରେ ଏକ ଦିବସୀୟ ପାଠଚକ୍ର ଅନୁଷ୍ଠିତ

ସ୍ବାଧିନତା ପରବର୍ତ୍ତୀ ଓଡ଼ିଆ କବିତା ଓ ଏକବିଂଶ ଶତାବ୍ଦୀର ଓଡ଼ିଆ ନାଟକ ଉପରେ ଏକ ଦିବସୀୟ ପାଠଚକ୍ର ଅନୁଷ୍ଠିତ

0
unnamed

ନୟାଗଡ଼,: ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ ଠାରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ତରଫରୁ ସୁବର୍ଣ୍ଣ ଜୟନ୍ତୀ ସଭାଗୃହରେ ‘ଏକ ଦିବସୀୟ ପାଠଚକ୍ର’ ଅନୁଷ୍ଠିତ ହୋଇଯାଇଅଛି। ଅଧ୍ୟକ୍ଷ ଡ ବିପିନ କୁମାର ପଟ୍ଟନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ପାଠଚକ୍ରରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ ପ୍ରଫେସର ଡ. ବିଜୟ କୁମାର ଶତପଥୀ ଏବଂ ରେଭେନ୍ସା ବିଶ୍ବବିଦ୍ୟାଳୟର ପରିଦର୍ଶକ ପ୍ରଫେସର ଡ. ବାବାଜୀ ଚରଣ ପଟ୍ଟନାୟକ ଅତିଥି ରୂପେ ଯୋଗଦେଇଥିଲେ।ଅତିଥି ମାନେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ପାଠଚକ୍ରକୁ ଉଦ୍ଘାଟନ କରିବା ପରେ ଯୁକ୍ତ ତିନିର ଓଡ଼ିଆ ବିଭାଗର ଛାତ୍ରୀମାନେ ସ୍ବାଗତ ସଂଗୀତ ଗାନ କରିଥିଲେ। ଅଧ୍ୟକ୍ଷ ଡ.ପଟ୍ଟନାୟକ ସ୍ବାଗତ ସମ୍ଭାଷଣ ଦେଇଥିଲା ବେଳେ ବିଭାଗମୁଖ୍ୟ ଶ୍ରୀ ସଞ୍ଜୟ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ । ଦୁଇ ଅତିଥିଙ୍କୁ ଅଧ୍ୟକ୍ଷ ଡ. ପଟ୍ଟନାୟକ ମାନପତ୍ର, ଉତ୍ତରୀୟ ଓ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଅଧ୍ୟାପକ ହରେକୃଷ୍ଣ ଦାସ ଏବଂ ଅଧ୍ୟାପକ ପ୍ରମୋଦ କୁମାର ବେହେରା ମାନପତ୍ର ପଠନ କରିଥିବା ବେଳେ ସମ୍ବର୍ଦ୍ଧିତ କାର୍ଯ୍ୟରେ ସହଯୋଗ କରିଥିଲେ ଅଧ୍ୟାପିକା ଡ଼.ବିନ୍ଦୁଲତା ଷଣ୍ଢ। ଏଥିରେ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ ପ୍ରଫେସର ଡ ବିଜୟ କୁମାର ଶତପଥୀ “ଏକବିଂଶ ଶତାବ୍ଦୀର ଓଡ଼ିଆ ନାଟକ” ଉପରେ ଉଚ୍ଚାଙ୍ଗ ହୃଦୟସ୍ପର୍ଶୀ ବକ୍ତବ୍ୟ ରଖିଥିବା ବେଳେ ରେଭେନ୍ସା ବିଶ୍ବବିଦ୍ୟାଳୟର ପରିଦର୍ଶକ ପ୍ରଫେସର ଡ ବାବାଜୀ ଚରଣ ପଟ୍ଟନାୟକ “ସ୍ବାଧିନତା ପରବର୍ତ୍ତୀ ଓଡ଼ିଆ କବିତା” ଉପରେ ମର୍ମସ୍ପର୍ଶୀ ବିଶ୍ଳେଷଣାତ୍ମକ ବକ୍ତବ୍ୟ ପ୍ରଦାନ କରିଥିଲେ। ସ୍ନାତକ ଓ ସ୍ନାତକୋତ୍ତର ଓଡ଼ିଆ ବିଭାଗର ଶତାଧିକ ଛାତ୍ରଛାତ୍ରୀ ଏବଂ ମହାବିଦ୍ୟାଳୟର ଅଧ୍ୟାପକଗଣ ପାଠଚକ୍ରରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ବିଭାଗୀୟ ଅଧ୍ୟାପକ ଅଜୟ ମହାପାତ୍ର , ଓ ଅଧ୍ୟାପିକା ଶୁଭସ୍ମିତା ପରିଡା ସମସ୍ତ ସହଯୋଗ କରିଥିଲା ବେଳେ ସହଦେବ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।