August 21, 2026
Home » ସ୍ୱପ୍ନେଶ୍ୱର ହାଇସ୍କୁଲର ଶତପ୍ରତିଶତ ସଫଳତା

ସ୍ୱପ୍ନେଶ୍ୱର ହାଇସ୍କୁଲର ଶତପ୍ରତିଶତ ସଫଳତା

0
WhatsApp Image 2026-05-06 at 7.01.46 AM

ଖୋର୍ଦ୍ଧା ବ୍ଲକ ତାପଙ୍ଗ ପଞ୍ଚାୟତ ଅନ୍ତର୍ଗତ ଅଣ୍ଡା ଶ୍ରୀ ଶାଳେଶ୍ୱର ସ୍ୱପ୍ନେଶ୍ୱର ଦେବ ବିଦ୍ୟାପୀଠରେ ଚଳିତ ବର୍ଷର ମାଟ୍ରିକ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଝିଅମାନେ ବାଜିମାତ କରିଛନ୍ତି। ଗ୍ରେଡ୍ ଏ ରେ ଦୁଇଜଣ, ଗ୍ରେଡ୍ ବି ରେ ୧୪ ଜଣ, ଗ୍ରେଡ୍ ବି ୨ ରେ ୯ ଜଣ, ଗ୍ରେଡ୍ ସି ରେ ୧୧ ଜଣ, ଗ୍ରେଡ୍ ଡି ରେ ୧୨ ଜଣ, ଗ୍ରେଡ ଇ ରେ ୭ ଜଣ ପାସ୍ କରିଛନ୍ତି। ବିଦ୍ୟାଳୟର ଶତପ୍ରତିଶତ ଉର୍ତ୍ତୀର୍ଣ୍ଣ ହୋଇଛନ୍ତି ବୋଲି ପ୍ରଧାନଶିକ୍ଷକ ଶ୍ରୀ ମନୋଜ କୁମାର ମହାପାତ୍ର ପ୍ରେସ୍ ବିବୃତ୍ତିରେ ଜଣାଇଛନ୍ତି। ସେହିପରି ବିଦ୍ୟାଳୟର ପରିଚାଳନା କମିଟି ସଭାପତି ବିରୋଜୀନି ସାମନ୍ତରାୟ, ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ, ଶିକ୍ଷୟତ୍ରୀମାନଙ୍କୁ ଧନ୍ୟବାଦ ଜଣାଇବା ସହିତ ଛାତ୍ରଛାତ୍ରୀଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି।

epa news

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed