ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୋଲିସ ଏ ଏସ ଆଇ

ସୁବର୍ଣ୍ଣପୁର ଜିଲ୍ଲା ଵୀରମହାରାଜପୁର ଥାନାରେ କାର୍ଯ୍ୟରତ ଏଏସଆଇ ବୁଡୁ ଭୋଇଙ୍କୁ ଧରିଛି ଭିଜିଲାନ୍ସ । ଏକ ଦୁର୍ଘଟଣାରେ ଜବତ ହୋଇଥିବା ମୋଟର ସାଇକେଲ କୁ ଛାଡ଼ିବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପୋଲିସ ଏ ଏସ ଆଇ ବୁଡୁ । ବର୍ତ୍ତମାନ ବୁଡୁ ଭୋଇଙ୍କ ସୁବର୍ଣ୍ଣପୁର ପଟାଭାଡ଼ି ସ୍ଥିତ ଘର ସହିତ ବୀରମହାରାଜପୁର ଥାନା ରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ । ସବିଶେଷ ବିବରଣୀ କୁ ଅପେକ୍ଷା କରାଯାଇଛି l
ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର