August 20, 2026
WhatsApp Image 2024-10-04 at 7.05.34 PM

ରାଜ୍ୟ ସ୍ତରୀୟ ଭଲିବଲ୍ ଚମ୍ପିଅନସିପ (୧୭ ବର୍ଷରୁ କମ ପୁରୁଷ ଓ ମହିଳା)ଖେଳ ପାଇଁ ପାରାଦୀପ ଶିଶୁମନ୍ଦିରର ୫ଜଣ ଖେଳାଳି ମନୋନୀତ ।

ପାରାଦୀପ,ଆସନ୍ତା ତା ୦୬.୧୦.୨୦୨୪ ରିଖ ଠାରୁ ତା ୦୯.୧୦.୨୦୨୪ ରିଖ ପର୍ଯ୍ୟନ୍ତ ଗଜପତି ଜିଲ୍ଲାର ଏମ ଆର ବାଳକ ଉଚ୍ଚ ବିଦ୍ୟାଳୟ,ପାରଳାଖେମୁଣ୍ଡି ଠାରେ ଅନୁଷ୍ଠିତ ହେବାକୁଥିବା ରାଜ୍ୟ ସ୍ତରୀୟ ଭଲିବଲ୍ ଚମ୍ପୀୟନ୍ସିପ (୧୭ବର୍ଷରୁ କମ୍ ପୁରୁଷ ଓ ମହିଳା)ଖେଳରେ ଭାଗ ନେବାପାଇଁ ପାରାଦୀପ ଶିଶୁ ମନ୍ଦିରର ପୁରୁଷ ବର୍ଗରେ ଦେବାଶିଷ ସାମନ୍ତରାୟ ଏବଂ ମହିଳା ବର୍ଗରେ ସୁଭସ୍ମିତା ବେହେରା,ସ୍ନେହ ପଟ୍ଟନାୟକ,ଅମ୍ରିତା ରାଉତରାୟ ଓ ଅର୍ଚ୍ଚିତା ମଲ୍ଲିକ ମନୋନୀତ ହୋଇଛନ୍ତି ବୋଲି ଶିଶୁ ମନ୍ଦିରର ପ୍ରଧାନ ଗୁରୁଜୀ ଶ୍ରୀଯୁକ୍ତ ଧରଣୀଧର ପରିଡ଼ା ଏବଂ କ୍ରୀଡା ଶିକ୍ଷକ ପ୍ରଦୀପ ନାୟକ ଜଣାଇଁଛନ୍ତି

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed