February 23, 2026
Home » ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ ସମ୍ପ୍ରସାରିତ ଗୃହ ଓ ନବ ନିର୍ମିତ କୋଲନାରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର କୋଠା ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ ସମ୍ପ୍ରସାରିତ ଗୃହ ଓ ନବ ନିର୍ମିତ କୋଲନାରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର କୋଠା ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

0
WhatsApp Image 2025-01-28 at 2.48.48 AM

ସାଧାରଣ ତନ୍ତ୍ର ଦିବସରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ, ଓଡିଶା ସରକାର ଡ଼ ମୁକେଶ ମହାଲିଙ୍ଗ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ ଓ ଚିକିତ୍ସିତ ରୋଗୀ ଙ୍କୁ ଫଳ ବଣ୍ଟନ କରିବା ସହିତ ସେମାନଙ୍କ ଚିକିତ୍ସା ବାବଦରେ ପଚାରି ବୁଝିଥିଲେ । ଏହାପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନୂତନ ଭାବେ ନିର୍ମିତ ସମ୍ପ୍ରସାରିତ ଗୃହ ଉଦଘାଟନ କରିଥିଲେ । ଏହି ଉଦଘାଟନ ସମୟରେ ରାୟଗଡ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ କlଡ୍ରାକା ଆପ୍ପଲା ସ୍ୱାମୀ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ଵାତି ଏସ କୁମାର, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ ଲାଲ ମୋହନ ରାଉତରାୟ, ଅତିରିକ୍ତ ଜିଲ୍ଲାପାଳ ନିହାର ରଞ୍ଜନ କହଁର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ , ନୂତନ ଭାବେ ନିର୍ମିତ ହୋଇଥିବା ଏହି ସମ୍ପ୍ରସାରିତ ଗୃହଟି ଭୂମି(ଗ୍ରାଉଣ୍ଡ ଫ୍ଲୋର) ସହିତ ୩ ମହଲା ବିଶିଷ୍ଟ । ୦୮କୋଟି ୪୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଏହି କୋଠାର ତଳ ମହଲାରେ ଆଶୁ ଚିକିତ୍ସା ଓ ଟ୍ରମା କେୟାର, ପ୍ରଥମ ମହଲାରେ ୧୦ ଶଯ୍ୟା ବିଶିଷ୍ଟ ଆଇସିୟୁ , ଦ୍ୱିତୀୟ ମହଲାରେ ୧୦ ଶଯ୍ୟା ବିଶିଷ୍ଟ ଜରା କେନ୍ଦ୍ର ଏବଂ ସମନ୍ବିତ ଭୌତିକ ଚିକିତ୍ସା କେନ୍ଦ୍ର ଏବଂ ତୃତୀୟ ମହଲା ରେ ସଖି କେନ୍ଦ୍ର ଆଦି ଆଗାମୀ ଦିନରେ କାର୍ଯ୍ୟକ୍ଷମ ହେବ । ଏହି ନବନିର୍ମିତ ସମ୍ପ୍ରସାରିତ ଗୃହ ରାୟଗଡା ଜିଲ୍ଲାର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ଗୁରୁତ୍ୱପୁର୍ଣ ଭୂମିକା ବହନ କରିବ ।
ସେହିପରି ଭାବେ ସ୍ୱାସ୍ଥ୍ୟମନ୍ତ୍ରୀ କୋଲନରା ବ୍ଲକ ଗସ୍ତ କରି ୦୨ କୋଟି ୭୬ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠାକୁ ଉଦଘାଟନ କରିଥିଲେ । କୋଳନରାର ଏହି ନୂତନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର କୋଠାରେ ବହିର୍ବିଭାଗ , ଅନ୍ତର୍ବିଭାଗ, ପ୍ରସୂତି କକ୍ଷ ଏବଂ ଅସ୍ତ୍ରୋପଚାର କକ୍ଷ ଉପଲବ୍ଧ ହେବ । ଏହାଦ୍ୱାରା କୋଳନାରା ବ୍ଲକର ଦୂରଦୂରାନ୍ତରୁ ଆସୁଥିବା ରୋଗୀ ଉତ୍ତମ ସ୍ୱାସ୍ଥ୍ୟ ସେବା ପାଇ ପାରିବେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀମତୀ ପାଟାୱରୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ତଥା ଜନ ସ୍ୱସ୍ଥ୍ୟ ଅଧିକାରୀ ଡ଼. ଲାଲମୋହନ ରାଉତରାୟ, ସମିତି ଅଧ୍ୟକ୍ଷା ଶ୍ରୀମତୀ ସଂଯୁକ୍ତା କୁଲେସିକା, ଆଦି ମଂଚାସୀନ ଥିଲେ ।

ରିପୋର୍ଟ: ରାୟଗଡ଼ା ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।