February 23, 2026
Home » ଶହୀଦ ଦିବସରେ ୨ ମିନିଟ ନୀରବତା ପାଳନ

ଶହୀଦ ଦିବସରେ ୨ ମିନିଟ ନୀରବତା ପାଳନ

0
WhatsApp Image 2025-01-30 at 3.40.19 PM

୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ଜାତିର ଜନକ ମହାତ୍ମାଗାନ୍ଧୀ ଙ୍କ ମହାପ୍ରୟାଣ ଘଟିଥିଲା।ଗାନ୍ଧିଜୀ ଙ୍କ ଅହିଂସା ମନ୍ତ୍ର ସମଗ୍ର ବିଶ୍ୱ କୁ ଆନ୍ଦୋଳିତ କରିଥିଲା। ତାଙ୍କର ତ୍ୟାଗ, ସମୟାନୁବର୍ତ୍ତିତା ଓ ସତ୍ୟ ପ୍ରତି ନିଷ୍ଠା ସମସ୍ତଙ୍କୁ ସବୁଦିନ ପାଇଁ ଅନୁପ୍ରାଣିତ କରିଚାଲିଥିବ ବୋଲି ମତ ଦେଇଛନ୍ତି ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ବେହେରା।ପ୍ରତ୍ୟେକ ବର୍ଷ ଜାନୁଆରୀ ୩୦ ତାରିଖ ମହାତ୍ମାଗାନ୍ଧୀ ମହାପ୍ରୟାଣ ଦିବସ କୁ ଶହୀଦ ଦିବସ ଭାବେ ପାଳନ କରାଯାଏ। ଆଜି ଶହୀଦ ଦିବସ ଅବସରରେ ଦିବା ୧୧ ଘଟିକା ସମୟରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ନୀରବତା ଅବଲମ୍ବନ କରାଯାଇ ମହାତ୍ମାଗାନ୍ଧୀ ଙ୍କ ଉଦ୍ଦେଶ୍ୟ ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଦିବା ୧୧ ଘଟିକା ରୁ ୧୧ ଘଟିକା ୦୨ ମିନିଟ ପର୍ଯ୍ୟନ୍ତ ସମସ୍ତ ଅଧିକାରୀ ଓ କର୍ମଚାରୀ ନୀରବ ରହି ମହାତ୍ମାଗାନ୍ଧୀ ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ସହଦେଵ ସାହୁ, ବିବେକାନନ୍ଦ ସାହୁ, ସହକାରୀ ଜିଲ୍ଲାପାଳ ତନ୍ମୟ ଦାସ, ପଞ୍ଚାନନ ପରିଜା,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ କୁମାର ମହାରଣା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ବିକାଶ କୁମାର ମହାନ୍ତି, ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ,ପ୍ରୋଗ୍ରାମ ଅଫିସର ସୁହାଗୀ ହେମ୍ରମ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଯୋଗ ଦେଇଥିଲେ।

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।