February 23, 2026
Home » ପ୍ରାଥମିକ ଶିକ୍ଷକ ସଂଘ(ଏକ୍ସ କେଡ଼ର) ପକ୍ଷରୁ ବିଭିନ୍ନ ଦାବି ସମାଧାନ ନେଇ ବିଇଓ ଙ୍କ ଜରିଆରେ ଦାବିପତ୍ର ପ୍ରଦାନ

ପ୍ରାଥମିକ ଶିକ୍ଷକ ସଂଘ(ଏକ୍ସ କେଡ଼ର) ପକ୍ଷରୁ ବିଭିନ୍ନ ଦାବି ସମାଧାନ ନେଇ ବିଇଓ ଙ୍କ ଜରିଆରେ ଦାବିପତ୍ର ପ୍ରଦାନ

0
WhatsApp Image 2025-01-31 at 5.58.34 PM

କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋଷ୍ଠି ଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ କୋକସରା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ(ଏକ୍ସ କେଡର) ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଏକ ଦାବିପତ୍ର କୋକସରା ବିଇଓ ସୁଶ୍ରୀ ରଶ୍ମିତା ନେତମ ଙ୍କ ଅନୁପସ୍ଥିତ ଥିବାରୁ ମୁଖ୍ୟ କିରାଣୀ ବିଜୟ କୁମାର ବେହେରା ଙ୍କୁ ପ୍ରଦାନ କରିବା ସହ ଶୀଘ୍ର ଶିକ୍ଷକ ସଂଘ ର ସମସ୍ୟା କୁ ସମାଧାନ କରିବା ପାଇଁ ସଙ୍ଘ କର୍ମକର୍ତ୍ତା ଦାବି କରିଛନ୍ତି। ଶିକ୍ଷକ ସଂଘ ର ପ୍ରମୁଖ ଦାବି ମଧ୍ୟରେ ମାସିକ ଦରମା ଠିକ ସମୟରେ ମିଳୁନଥିବା ବେଳେ ନିୟମିତ ଶିକ୍ଷକ ଙ୍କୁ ପ୍ରତିମାସ ମାସ ଶେଷ ସମୟରେ ନିୟମିତ ମିଳୁଥିବା ବେଳେ ଏକ୍ସ କେଡର ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ଅଣଦେଖା କରାଯାଉଥିବା ନେଇ ଅଭିଯୋଗ କରିଛନ୍ତି।

ଏହା ବ୍ୟତୀତ ଏନପିଏସ ଅନୁଦାନ,ଏଲଆଇସି,ଡି.ଏ ଏରୀୟର ମଧ୍ୟ ଠିକ ସମୟରେ ଜମା ହୋଇ ପାରୁନଥିବା ନେଇ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଗତ ୨୯/୦୧/୨୫ ରୁ ଜିଲ୍ଲା ସର୍ବ ଶିକ୍ଷା ଅଭିଯାନର ଏସ.ଏସ ଏକାଉଣ୍ଟଟେଣ୍ଟ କୋଡ଼ିନେଟର ମାନେ ସେମାନଙ୍କ ଦାବି ସମୂହ କୁ ନେଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧର୍ମଘଟ ରେ ରହିଥିବା କାରଣରୁ ବିଭିନ୍ନ କାର୍ଯ୍ୟ ସମ୍ପାଦନ ରେ ବାଧାପ୍ରାପ୍ତ ହୋଇଛି।ଏଣୁ ସେମାନଙ୍କ ନ୍ୟାର୍ଯ୍ୟ ଦାବି କୁ ଜିଲ୍ଲା ଶିକ୍ଷା ବିଭାଗ ଯଥାଶୀଘ୍ର ସମାଧାନ କରିବାକୁ ଦାବି କରାଯାଇଛି। ଏହି ଦାବିପତ୍ର ପ୍ରଦାନ ସମୟରେ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ(ଏକ୍ସ କେଡର) ଉପ ସଭାନେତ୍ରୀ ସୁଜାତା ଜାଲ , ସମ୍ପାଦକ ଦେବୀସିଂ ମାଝୀ, କୋଷାଧ୍ୟକ୍ଷ ଈଶ୍ୱରୀ ପ୍ରସାଦ ଅଗସ୍ତି, ସନାତନ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।