July 4, 2025
Home » ଆନ୍ତର୍ଜାତୀୟ କ୍ଲିବ ଲିଙ୍ଗ ଦିବସ ପାଳିତ

ଆନ୍ତର୍ଜାତୀୟ କ୍ଲିବ ଲିଙ୍ଗ ଦିବସ ପାଳିତ

0
WhatsApp Image 2025-03-31 at 7.45.31 PM

ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗଙ୍କ ନିର୍ଦ୍ଦେଶ ପ୍ରକାରେ ୩୧/୩/୨୫ ତାରିଖ ଦିନ ମାଲକାନଗିରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ଜିଲ୍ଲା ପ୍ରଶାସନ ଦ୍ଵାରା ଆନ୍ତର୍ଜାତୀୟ କ୍ଲିବ ଲିଙ୍ଗ ଦିବସ ପାଳନ ହୋଇଯାଇଛି। ଏହି ଦିବସ ପାଳନ ଅବସରରେ ସକାଳୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଜିଲ୍ଲାପରିଷଦ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ସଚେତନତା ପଦ ଯାତ୍ରା କରାଯାଇଥିଲା।ଏହି ପଦଯାତ୍ରାରେ ଜିଲ୍ଲାର ସମସ୍ତ କିନ୍ନର ସମାଜ ପ୍ରାୟ ୮୦ ରୁ ୯୦ ଜଣ ଯୋଗ ଦେଇଥିଲେ । ପଦ ଯାତ୍ରା କୁ ଅନୁଷ୍ଠାନିକ ଭାବରେ ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ଉଦଘାଟନ କରିଥିଲେ। ଏହାପରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ୱର୍କସପ୍ ମଧ୍ୟ ଆୟୋଜନ କରାଯାଇଥିଲା ।


ଏଥିରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଉପଜିଲ୍ଲାପାଳ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ମନସ୍ୱୀ ସେଠୀ, ସଦର ଯୋଗାଣ ଅଧିକାରୀ ମୁରଲୀ କ୍ରୀଷ୍ଣା, ଜନ ସ୍ୱାସ୍ଥ୍ୟ ଅଧିକାରୀ ପ୍ରମୁଖ ଯୋଗ ଦେଇ ଉକ୍ତ କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ଏହି କାର୍ଯ୍ୟକ୍ରମରେ ଦୁଇଜଣ କିନ୍ନରଙ୍କୁ ସୁସ୍ଥ ସମାଜ ଗଠନରେ ତାଙ୍କର ସହାୟତା ପାଇଁ ତାଙ୍କୁ ସମ୍ମାନିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନିର୍ମଳ ଧରୁଆ ପରିଚାଳନା କରିଥିବା ବେଳେ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସସ୍ମିତା ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସଦର ସାମାଜିକ ସୁରକ୍ଷା ଅଧିକାରୀ ରାଜୀବ ପୂଜାରୀଙ୍କ ସମେତ ଜିଲ୍ଲା ଓ ବ୍ଲକର ସାମାଜିକ ସୁରକ୍ଷା ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

ରିପୋର୍ଟ:ମାଲକାନଗିରି ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *