ପାପଡ଼ାହାଣ୍ଡିବ୍ଲକ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଭାରପ୍ରାପ୍ତ ବି ଡି ଓ ମନୋଜ ପାଣିଗ୍ରାହୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଅଭିଯୋଗ ଶୁଣାଣି ପରେ କଲେକ୍ଟର ଅର୍ମାସରେ ଅବସ୍ଥିତ ମାତୃଶକ୍ତି ଏଣ୍ଟରପ୍ରାଇଜେସର ସେମଲା ସିଲେଇ ୟୁନିଟ୍ ପରିଦର୍ଶନ କରିଥିଲେ।
ଅଜିତ ଉକ୍ତ ଜନ ଶୁଣାଣି ଶିବିରରେ ମୋଟ ୬୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ଚିହ୍ନଟ ୬ ଜଣ ଦିବ୍ୟାଙ୍ଗଙ୍କୁ ହୁଈଲ ଚେୟାର ପ୍ରଦାନ କରାଯାଇଥିଲା।
ରିପୋର୍ଟ: ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ