August 20, 2026
Home » ଉପଖଣ୍ଡ ସାମ୍ବାଦିକ ସଙ୍ଘ ଓ ସମାଜ ପାଠକ ବିଚାର ମଞ୍ଚ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ଉପଖଣ୍ଡ ସାମ୍ବାଦିକ ସଙ୍ଘ ଓ ସମାଜ ପାଠକ ବିଚାର ମଞ୍ଚ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

0
WhatsApp Image 2024-08-15 at 1.03.05 PM

କାମାକ୍ଷାନଗର ଉପଖଣ୍ଡ ସାମ୍ବାଦିକ ସଙ୍ଘ ଓ ସମାଜ ପାଠକ ବିଚାର ମଞ୍ଚ ପକ୍ଷରୁ ସାଧାରଣତନ୍ତ୍ର ଦିବସ ସଙ୍ଘ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉପଖଣ୍ଡ ସାମ୍ବାଦିକ ସଙ୍ଘର ସଭାପତି ଶୁଭମୟ ନନ୍ଦ ଏବଂ ସମାଜ ପାଠକ ବିଚାର ମଞ୍ଚର ସଭାପତି ଜ୍ଞାନ ରଞ୍ଜନ ମିଶ୍ର ଜାତୀୟ ପତାକା ଉତ୍ତୋଳନ କରି ଉଦବୋଧନ ଦେଇଥିଲେ l

ଏଥିରେ ସଂଘର ସାଧାରଣ ସମ୍ପାଦକ ପ୍ରକାଶ କୁମାର ପାତ୍ର, ସୌମ୍ୟରଞ୍ଜନ ନାୟକ, ପ୍ରହଲ୍ଲାଦ ମୁଦୁଲି, ପଦ୍ମନାଭ ଦାସ, ସୁମନ୍ତ ଜେନା ପର୍ଶୁରାମ ପାତ୍ର, ଦିଲ୍ଲୀପ କୁମାର ନାୟକ, ଦୈତାରୀ ବେହେରା, ସୁମିତ୍ରା ମିଶ୍ର,ଲଷ୍ମୀଧର ନାୟକ, ନିହାର ରଞ୍ଜନ ରାଉତ, ଦୟାନିଧି ସାହୁ, ଅନିଲ କୁମାର ନାୟକ, ଚିତ୍ତ ରଞ୍ଜନ ଦିୱେଦି,ତରଣୀ ସେନ ବାରିକ, କୃଷ୍ଣ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ

କାମାକ୍ଷାନଗର ଇପିଏ ରୁ ରାଜ କିଶୋର ରାଉତ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed