ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ, ୪୧୬୭ ମାମଲା ଫଇସଲା

ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦେଶ କ୍ରମେ ମାଲକାନଗିରି ଜିଲ୍ଲା ଆଇନସେବା ପ୍ରାଧିକରଣ ଦ୍ବାରା ଦ୍ଵିତୀୟ ଜାତୀୟସ୍ତରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଲୋକ ଅଦାଲତ ମାଲକାନଗିରି ସମେତ ମାଥୁଲି , ମୋଟୁ, କୁଡୁମୁଳୁଗୁମ୍ମା ଠାରେ ମଧ୍ଯ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ ୪୧୬୭ ମାମଲା ଫଇସଲା ହୋଇ ୩୫୧୮୩୨/- ଟଙ୍କା ଜରିମାନା ଆଦାୟ କରାଯାଇଥିଲା ।
ଏହି ଲୋକ ଅଦାଲତରେ ମାଲକାନଗିରି ଜିଲ୍ଲା ଜଜ ତଥା ଆଇନ ସେବା ପ୍ରାଧିକରଣର ଅଧକ୍ଷ୍ୟ ଡାଃ ପ୍ରସନ୍ନ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲା ଜଜ ଶାନ୍ତନୁ କୁମାର ଦାସ, ବରିଷ୍ଠ ଦେୱାନୀ ବିଚାରପତି ବିଜୟ କୁମାର ଦାସ , ଜିଲ୍ଲା ଆଇନ ସେବା ପ୍ରାଧୁକରଣ ସଚିବ ତଥା ବରିଷ୍ଠ ଦେୱାନୀ ବିଚାରପତି ସଂଗୀତା ପାତ୍ର ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ମୋକଦମାର ଫଇସଲା କରିଥିଲେ ।
ରିପୋର୍ଟ: ମାଲକାନଗିରି ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ