July 1, 2025
Home » ଧର୍ମଗଡ଼ ଶ୍ରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜୀଉଙ୍କ ନବ ଯୌବନ ବେଶ ତଥା ନେତ୍ରୋତ୍ସବ ମହା ସମାରୋହରେ ଅନୁଷ୍ଠିତ

ଧର୍ମଗଡ଼ ଶ୍ରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜୀଉଙ୍କ ନବ ଯୌବନ ବେଶ ତଥା ନେତ୍ରୋତ୍ସବ ମହା ସମାରୋହରେ ଅନୁଷ୍ଠିତ

0
WhatsApp Image 2025-06-26 at 12.18.47 PM

ଧର୍ମଗଡ଼ ଶ୍ରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜୀଉଙ୍କ ନବ ଯୌବନ ବେଶ (ନେତ୍ରୋତ୍ସବ) ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଅଣସର ଗୃହରୁ ଶ୍ରୀଜୀଉ ମାନଙ୍କୁ ମନ୍ଦିରକୁ ଅଣାଯିବା ପରେ ପଣ୍ଡିତ ପ୍ରଭାକର ନନ୍ଦ ଓ ମନ୍ଦିର ପୂଜକ ଭଣ୍ଡେଶ୍ୱର ଆଚାର୍ଯ୍ୟ ଙ୍କ ଦ୍ଵାରା ବିଧିମତେ ସମସ୍ତ ନୀତିକାନ୍ତି ମଧ୍ୟରେ ପୂଜାର୍ଚ୍ଚନା କରାଯାଇ ଶ୍ରୀ ଜୀଉଙ୍କ ର ସମସ୍ତ ନୀତିକାନ୍ତି ବିଧିମତେ ସଂପନ୍ନ ହୋଇଥିଲା।

ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଷୀ ଓ ତାଙ୍କ ଧର୍ମପତ୍ନୀ ପୁଷ୍ପାଞ୍ଜଳି ପଟ୍ଟଯୋଷୀ କର୍ତ୍ତା ଭାବେ ପୂଜା କାର୍ଯ୍ୟ ତୁଳାଇ ଥିବା ବେଳେ ଟ୍ରଷ୍ଟ ର ସଭାପତି ଭାରପ୍ରାପ୍ତ ଉପଜିଲ୍ଲାପାଳ ଅଜୟ କୁମାର ତିର୍କୀ, ତହସିଲଦାର କୀର୍ତ୍ତି ଚନ୍ଦ୍ର ପ୍ରଧାନ, ଏନଏସି ଅଧ୍ୟକ୍ଷ ଅଶୋକ କୁମାର ମହାନ୍ତି,ଟ୍ରଷ୍ଟର ଉପସଭାପତି ତୁଷାର ରଞ୍ଜନ ପଟ୍ଟଯୋଶୀ, ଟ୍ରଷ୍ଟ ର ସଂପାଦକ ନିରଞ୍ଜନ ମହାପାତ୍ର, ବରିଷ୍ଠ ସଦସ୍ୟ ହିମାଂଶୁ ଶେଖର ମୁଣ୍ଡ,ସୁରେଶ ଚନ୍ଦ୍ର ମୁଣ୍ଡ, ସୁକଲାଲ ଅଗ୍ରୱାଲ,ବିଦ୍ୟାଧର ସାହୁ, ହୃଷୀକେଶ ମିଶ୍ର, ସରୋଜ କୁମାର ସାହୁ,ଜନ୍ମେଜୟ ନାଏକ,ସମେତ ଲକ୍ଷ୍ମୀକାନ୍ତ ଖମାରୀ, ଇଙ୍ଗିତ କୁମାର ପଣ୍ଡା, ଲଳିତ ଅଗ୍ରୱାଲ, ତ୍ରିଲୋଚନ ମୁଣ୍ଡ, ବିର କିଶୋର ପଣ୍ଡା, ହିମାଂଶୁ ପଣ୍ଡା ତଥା ବହୁ ଭକ୍ତ ଏହି ଅବସରରେ ଉପସ୍ଥିତ ଥିଲେ।

ଆସନ୍ତା କାଲି ଶ୍ରୀ ଜିଉ ଙ୍କ ପହଣ୍ଡି ବିଜେ ପରେ ରଥଯାତ୍ରା ଆରମ୍ବ ହେବ। ଧର୍ମଗଡରେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଧର୍ମଗଡରେ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

କଳାହାଣ୍ଡି ଜିଲ୍ଲା ଇପିଏ ରୁ ବିଦ୍ୟାଧର ସାହୁ ଙ୍କ ରିପୋର୍ଟ
ଇପିଏ ନିଉଜ

Leave a Reply

Your email address will not be published. Required fields are marked *