ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ

ସୁବର୍ଣ୍ଣପୁର– ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ସ୍ଥାନୀୟ ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ତାଲିମ ଗୃହ ଠାରେ ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ-୨୦୨୫ ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ଼ା.ରମେଶ ଚନ୍ଦ୍ର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଅତିରିକ୍ତ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଡ଼ା. ପଦ୍ମହଂସା ଦୋରା , ଜାତୀୟ ସ୍ୱାସ୍ଥ୍ୟ ମିଶନ ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ରୂପକ କୁମାର ମହାପାତ୍ର, ଅଧୀକ୍ଷକ ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ସ୍ମିତାଶ୍ରୀ ନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଉପସ୍ଥିତ ଥିଲେ। ଉପସ୍ଥିତ ଅତିଥି ବୃନ୍ଦ ଉକ୍ତ ଦିବସ ର ମହତ୍ୱ ତଥା ଜନ ସଂଖ୍ୟା ବୃଦ୍ଧି ର କାରଣ ଓ ନିରାକରଣ ଉପରେ ବିଷଦ ଭାବରେ ଆଲୋଚନା କରି ସମସ୍ତ ଙ୍କୁ ସଚେତନତା ବାର୍ତ୍ତା ମାଧ୍ୟମରେ ଜନସଂଖ୍ୟା ରୋକିବା ପାଇଁ ଆହ୍ୱାନ ଦେଇ, ପରିବାର ନିୟୋଜନ ଏକ ସାମାଜିକ ଦାୟିତ୍ୱ, ପ୍ରଥମ ଗର୍ଭଧାରଣ ରେ ବିଳମ୍ବ ଓ ସନ୍ତାନ ଜନ୍ମ ମଧ୍ୟରେ ବ୍ୟବଧାନ ପାଇଁ କୋୖଣସି ଗୋଟିଏ ଉପାୟ ଆପଣାନ୍ତୁ ଏବଂ ଏକ ସୁସ୍ଥ ସୁନ୍ଦର ସୁଖୀ ପରିବାର ଗଠନ କରିବାରେ ସହାୟକ ହୋଇ ପାରିବା ଉପରେ ଗୁରୁତ୍ୱାରୋପ କରିଥିଲେ।
ଉକ୍ତ ସଭାରେ ଆଶା, ମାସ ମେମ୍ବର, RARE ର କର୍ମକର୍ତ୍ତା, skill Development center ର କର୍ମଚାରୀ,ନର୍ସିଂ ସ୍କୁଲ ର ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ସ୍ୟାହେଲି ହାଲଦାର ଓ ମଧୁସ୍ମିତା କର ନର୍ସିଂ ଟ୍ୟୁଟର କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ । ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..