୩୧ ବର୍ଷ ପରେ ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ସଂସଦୀୟ କମିଟି ଦୁଇଦିନିଆ ଜାତୀୟ ସମ୍ମିଳନୀ

ଭୁବନେଶ୍ବରଠାରେ ୨୦୨୫ ଅଗଷ୍ଟ ୨୯ ଓ ୩୦ ତାରିଖରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ କମିଟିର ଅଧ୍ଯକ୍ଷମାନଙ୍କର ଦୁଇଦିନିଆ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ ଅଗଷ୍ଟ ୨୯ ତାରିଖ ଦିନ ଆନୁଷ୍ଠାନିକ ଭାବେ ଏହି ସମ୍ମିଳନୀକୁ ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାର ଉପାଧ୍ଯକ୍ଷ ଶ୍ରୀ ହରିବଂଶ ଏବଂ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ ସଂସଦୀୟ କମିଟିର ଅଧ୍ୟକ୍ଷ ଡକ୍ଟର ଫଗନ ସିଂହ କୁଲସ୍ତେ ମଧ୍ୟ ଏହି ସମାବେଶକୁ ସମ୍ବୋଧୂତ କରିବେ ସଂସଦ ଏବଂ ରାଜ୍ୟ / କେନ୍ଦ୍ର ଶାସିତ ପ୍ରଦେଶ ବିଧାନସଭାର ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ଯକ୍ଷ ଏବଂ ସଦସ୍ୟ ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଏବଂ ଓଡ଼ିଶା ବିଧାନସଭାର ସଦସ୍ୟମାନେ ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ ଉଦଘାଟନୀ ଅଧୂବେଶନରେ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ସ୍ବାଗତ ଭାଷଣ ପ୍ରଦାନ କରିବାକୁ ଥିବାବେଳେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ ଧନ୍ୟବାଦ ଅର୍ପଣ କରିବେ ଏହି ସମ୍ମିଳନୀରେ ସଂସଦ ଏବଂ ରାଜ୍ୟ / କେନ୍ଦ୍ର ଶାସିତ ପ୍ରଦେଶ ବିଧାନସଭାର ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷ ଏବଂ ସଦସ୍ୟଙ୍କ ସମେତ ୧୨୦ ରୁ ଅଧୂକ ପ୍ରତିନିଧୂ ଯୋଗଦେବେ ଚଳିତ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ସଶକ୍ତିକରଣରେ ସଂସଦୀୟ ଏବଂ ବିଧାନସଭା କମିଟିର ଭୂମିକା’ ୨୦୨୫ ଅଗଷ୍ଟ ୩୦ ତାରିଖ ଦିନ ଉଦ୍ଯାପନୀ ଉତ୍ସବ ଅବସରରେ ଓଡ଼ିଶାର ରାଜ୍ୟପାଳ ଡ . ହରି ବାବୁ କମ୍ଭମ୍ପାଟି, ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା, ରାଜ୍ୟସଭାର ଉପାଧ୍ଯକ୍ଷ ଶ୍ରୀ ହରିବଂଶ, ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ ସଂସଦୀୟ କମିଟିର ଅଧ୍ୟକ୍ଷ ଡ. ଫଗନ ସିଂହ କୁଲସ୍ତେ, ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ, ଶ୍ରୀମତୀ ପ୍ରଭାତୀ ପରିଡା, ସ୍ବାସ୍ଥ୍ୟ, ପରିବାର କଲ୍ୟାଣ ଓ ସଂଶଦୀୟ ବ୍ୟାପାର ମନ୍ତ୍ରୀ, ଡଃ. ମୁକେଶ ମହାଲିଙ୍ଗ ଉଦ୍ବୋଧନ ଦେବେ ଓଡ଼ିଶା ବିଧାନସଭାର ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷ ଶ୍ରୀ ଭାସ୍କର ମଢ଼େଇ ଧନ୍ୟବାଦ ପ୍ରସ୍ତାବ ଆଗତ କରିବେ
ଏହି ସମ୍ମିଳନୀରେ ସାମ୍ବିଧାନିକ ସୁରକ୍ଷାକୁ ସୁଦୃଢ଼ କରିବା, ସାମାଜିକ-ଆର୍ଥିକ ବିକାଶକୁ ବୃଦ୍ଧି କରିବା ଏବଂ ଅନୁସୂଚିତ ଜାତି ଏବଂ ଜନଜାତିକୁ ସଶକ୍ତି କରିବା ପାଇଁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଗ୍ରହଣ କରିଥିବା କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯିବ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତର ଲକ୍ଷ୍ୟ ସାକାର କରିବାର ଦୃଷ୍ଟିକୋଣ ସହିତ କଲ୍ୟାଣକାରୀ ନୀତିଗୁଡ଼ିକର କାର୍ଯ୍ୟାନ୍ବୟନରେ ଉତ୍ତରଦାୟିତ୍ବ ସୁନିଶ୍ଚିତ କରିବାରେ ସଂସଦୀୟ ଏବଂ ରାଜ୍ୟ ବିଧାନସଭା କମିଟିଗୁଡ଼ିକର ଗୁରୁତ୍ବପୂର୍ଣ୍ଣ ଭୂମିକା ଗୁଡ଼ିକ ଉପରେ ଗୁରୁତ୍ବ ଦିଆଯିବ ସୂଚନାଯୋଗ୍ୟ ଯେ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ଯକ୍ଷମାନଙ୍କ ପ୍ରଥମ ସମ୍ମିଳନୀ ୧୯୭୬ ମସିହାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା ପରେ, ୧୯୭୯, ୧୯୮୩, ୧୯୮୭ ଏବଂ ୨୦୦୧ ରେ କ୍ରମାଗତ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ପାଇଁ କଲ୍ୟାଣ ଏବଂ ସାମ୍ବିଧାନିକ ସୁରକ୍ଷାର ବିବିଧ ଦିଗ ଉପରେ ଏହି ସମ୍ମିଳନୀମାନଙ୍କରେ ଆଲୋଚନା ହୋଇ ନିଷ୍କର୍ଷ ନିର୍ଦ୍ଧାରଣ କରାଯାଇଥିଲା ପ୍ରଥମ ଥର ପାଇଁ ଦିଲ୍ଲୀ ବାହାରେ ଏପରି ସମ୍ମିଳନୀ ଆୟୋଜନ କରାଯାଉଛି