October 23, 2025
Home » ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ଦିବସ ପାଳିତ !

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ଦିବସ ପାଳିତ !

0
WhatsApp Image 2025-09-05 at 7.56.36 PM

 

ଛତ୍ରପୁର: ଛତ୍ରପୁର ସରସ୍ଵତୀ ଶିଶୁବିଦ୍ୟା ମନ୍ଦିରରେ ଗୁରୁ ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି ।
ଏହି ଅବସରରେ ହୁମ୍ମା ସ୍ଥିତ ବୀରଭଦ୍ର ଉଚ୍ଚବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀ ଦୁର୍ଗାପ୍ରସାଦ ଦାଶ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ସେହିପରି ସମ୍ମାନୀତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କେ. ବିଭିଷଣ ପାତ୍ର ଯୋଗ ଦେଇଥିଲେ । ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ । ଏବଂ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ। ଅନୁଷ୍ଠାନର ସଭାପତି ପଦ୍ମ ଚରଣ ସାହୁ ସଭାପତିତ୍ଵ କରିଥିଲେ ।

ଉକ୍ତ କାର୍ଯ୍ୟକ୍ରମ ରେ ସହସଂପାଦକ ପ୍ରକାଶ ଚନ୍ଦ୍ର ସାହୁ, ସଦସ୍ୟ ରାମପ୍ରସାଦ ପଟ୍ଟନାୟକ, କୋଷାଧ୍ୟକ୍ଷ ସିମାଞ୍ଚଳ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟଅତିଥି ତାଙ୍କ ବକ୍ତବ୍ୟରେ ଜୀବନରେ ଗୁରୁର ଭୂମିକା କିପରି ଗୁରୁତ୍ବପୂର୍ଣ୍ଣ ସେ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଶ୍ରୀକାନ୍ତ ମହାପାତ୍ର ଗୁରୁ ଦିବସ ର ମୁଖ୍ଯ ଆଭିମୁଖ୍ଯ ରଖିଥିଲେ । ଗୁରୁଦିବସ ଅବସରରେ ଦୁଇ ଜଣ ଶିକ୍ଷକଙ୍କୁ ଉପଢ଼ୌକନ ପ୍ରଦାନ ପୂର୍ବକ ସମ୍ମାନୀତ କରାଯାଇଥିଲା। ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଅନୁଷ୍ଠାନର ସମସ୍ତ ଗୁରୁଜୀ ଗୁରୁମା ମାନଙ୍କୁ ଗୁରୁ ପୂଜନ ସହ ସମ୍ମାନୀତ କରିଥିଲେ । ଶେଷରେ ବରିଷ୍ଠ ଆଚାର୍ଯ୍ୟ ମନୋରଞ୍ଜନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମା ଏଥିରେ ସହଯୋଗ କରିଥିଲେ । ଗୁରୁଦିବସ ପାଳନ ଅବସର ରେ ଅନୁଷ୍ଠିତ ବକ୍ତୃତା ପ୍ରତିଯୋଗିତାରେ ଭାଗ ନେଇ ଥିବା ଶିଶୁମାନଙ୍କୁ ଶେଷରେ ପୁରସ୍କାର ପ୍ରଦାନ କରାଯାଇଥିଲା ।।

 

 

ଛତ୍ରପୁର ଇପିଏ ରୁ ମୁନା ବେହେରା ଙ୍କ ରିପୋର୍ଟ
ଇପିଏ ନିଉଜ

Leave a Reply

Your email address will not be published. Required fields are marked *