August 21, 2026
Home » ପାରାଦୀପ ରେ ‘ନାସ୍ତେ ପଏଣ୍ଟ’ ଉଦଘାଟିତ

ପାରାଦୀପ ରେ ‘ନାସ୍ତେ ପଏଣ୍ଟ’ ଉଦଘାଟିତ

0
WhatsApp Image 2024-09-07 at 8.34.11 PM

ପାରାଦୀପ – ପାରାଦୀପ ବଡ଼ପଡ଼ିଆ ମାର୍କେଟ ସ୍ଥିତ ଭିଜନ ସୋ ରୁମ ନିକଟରେ ଏକ ଅତ୍ୟାଧୁନିକ ସ୍ନାକ୍ସ, ଗରମ ଓ ମୃଦୁ ପାନୀୟ ୟୁନିଟ ‘ନାସ୍ତେ’ ଶନିବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି l ଏହି ଅବସରରେ ପାରାଦୀପ ର ବରିଷ୍ଠ ନାଗରିକ ତଥା ଶିଳ୍ପପତି ଡ଼ଃ.କୈଳାଶ ଚନ୍ଦ୍ର ମହାରଣା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ୟୁନିଟ କୁ ଉଦଘାଟନ କରିଥିଲେ l ଏହି ଉଦଘାଟନୀ ଅବସରରେ ଅନ୍ୟମାନଙ୍କ ମଧ୍ୟରେ ବିଶିଷ୍ଟ ବ୍ୟବସାୟୀ ସୁଶାନ୍ତ କୁମାର ପଟ୍ଟନାୟକ, ଶଶାଙ୍କ ଆଚାର୍ଯ୍ୟ, ପ୍ରଶାନ୍ତ କୁମାର ରାଉତ ଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ l ନାସ୍ତେ ୟୁନିଟ ର ପ୍ରତିଷ୍ଠାତା ଇଂ.ସାଇରାଜ ପଟ୍ଟନାୟକ ଙ୍କ ଦ୍ୱାରା ଏହି କେନ୍ଦ୍ରରେ ସୁଲଭ ମୂଲ୍ୟ ଓ ଉଚ୍ଚ ମାନର ବ୍ରେକଫାଷ୍ଟ, ଥଣ୍ଡା ଓ ଗରମ ପାନୀୟ ଇତ୍ୟାଦି ଉପଲବ୍ଧ ହେବ l ତେବେ ବନ୍ଦର ସହର ପାରାଦୀପ ରେ ଏପରି ଉତ୍ତମ ମାନର ଖାଦ୍ୟ ଓ ପାନୀୟ ସାଧାରଣ ଲୋକଙ୍କୁ ବେସ ଆକର୍ଷିତ କରିବ ବୋଲି ଏହି ୟୁନିଟ ର ମାଲିକ ଶ୍ରୀ ପଟ୍ଟନାୟକ ଆଶା ବ୍ୟକ୍ତ କରିଛନ୍ତି l ସେହିପରି ଆଉ କିଛିଦିନ ପରେ ଏଠାରେ ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ଉତ୍ସବ ରେ ପ୍ରବଳ ଜନସମାଗମ ଦୃଷ୍ଟିରୁ ନାସ୍ତେ ପଏଣ୍ଟ ରେ ଗହଳି ଲାଗିବା ଆଶା କରାଯାଏ l

ପାରାଦୀପ ଇପିଏ ରୁ ପ୍ରଶାନ୍ତ ଦାଶ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।