ଉମରକୋଟ ଠାରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ
ନବରଙ୍ଗପୁର ଜିଲ୍ଲା ଉମରକୋଟ ପୌରପାଳିକା ସମ୍ମିଳନୀ ଗୃହରେ ତା:୧୫.୦୯.୨୦୨୫ ରିଖରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୩୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୫ଟି ଅଭିଯୋଗର ସମାଧାନ ତତକ୍ଷଣାତ କରାଯାଇଥିଲା।
ରିପୋର୍ଟ: ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ
