February 25, 2026
Home » ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

0
WhatsApp Image 2025-10-03 at 5.11.59 PM

 

କୋରାପୁଟ ସଦର ମହକୁମାରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଛି।କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବସଷ୍ଟାଣ୍ଡ ନିକଟରେ ଥିବା ଗାନ୍ଧୀ ପାର୍କରେ ସ୍ଥାପିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ମାଲ୍ୟାର୍ପଣ କରିଥିବା ବେଳେ ଆଞ୍ଚଳିକ ବନ ସଂରକ୍ଷକଙ୍କ କାର୍ଯ୍ୟାଳୟ ନିକଟସ୍ଥ ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତିରେ ଅତିଥି ମାନଙ୍କ ଦ୍ୱାରା ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା।

 

ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ଗାନ୍ଧୀ ଭଜନ ପରିବେଷଣ କରାଯାଇଥିଲା।ଏହି ଅବସରରେ ଦିଲୀପ ପାଢୀ, ଜାକିର ହୁସେନ ଓ ବିରଞ୍ଜି ଖୋସଲାଙ୍କ ଦ୍ବାରା ଏକ ସର୍ବଧର୍ମ ପ୍ରାର୍ଥନା ଅୟୋଜନ କରାଯାଇଥିଲା। ଜୟନ୍ତୀ ପାଳନର ଅବ୍ୟବହିତ ପୂର୍ବରୁ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ କରାଯାଇଥିବା ବିବିଧ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।କୋରାପୁଟ ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା, କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, କୋରାପୁଟ ସାଂସଦଙ୍କ ପ୍ରତିନିଧି ଜୟନ୍ତ କଚିନ,ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ ଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇଙ୍କ ସମେତ ସହରର ବୁଦ୍ଧିଜୀବୀ, ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ନନ୍ଦ କିଶୋର ଗୁରୁ ମଞ୍ଚ ପରିଚାଳନା କରିଥିଲେ।କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର ଅଲିଭା ବେହେରା, ସନ୍ତୋଷ ସେଠି ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ରିପୋର୍ଟ:କୋରାପୁଟ ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *