December 31, 2025
Home » ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l

ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l

0
WhatsApp Image 2025-10-06 at 3.32.07 PM

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୩୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୨୫ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୦ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଂଜୀବ କୁମାର ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣୀ ରେ ସୋନପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ. ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ ) ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଉପ – ଜିଲ୍ଲାପାଳ, ସୋନପୁର ଡ଼. ସୌମ୍ୟାରୂପା ରଥଙ୍କ ସମେତ ତହସିଲଦାର, ସୋନପୁର, ଶ୍ରୀମତୀ ଜି.ରଶ୍ମିରେଖା ଓ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ,ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସମେତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦାନ କରିଥିଲେ l

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *