December 2, 2025
Home » ଜଷ୍ଟିସ ସୂର୍ଯ୍ୟକାନ୍ତ ସିଜେଆଇ ନିଯୁକ୍ତ

ଜଷ୍ଟିସ ସୂର୍ଯ୍ୟକାନ୍ତ ସିଜେଆଇ ନିଯୁକ୍ତ

0
WhatsApp Image 2025-10-31 at 4.10.13 PM

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ସୂର୍ଯ୍ୟକାନ୍ତଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ନିଯୁକ୍ତ କରାଯାଇଛି। ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନିଯୁକ୍ତକୁ ଅନୁୁମୋଦନ କରିଛନ୍ତି ବୋଲି ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜଷ୍ଟିସ ବି.ଆର.ଗବଇ ଅବସର ନେବାପରେ ନଭେମ୍ବର ୨୪ରେ ଜଷ୍ଟିସ ସୂର୍ଯ୍ୟକାନ୍ତ ସୁପ୍ରିମକୋର୍ଟର ୫୩ତମ ସିଜେଆଇ ଭାବେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ୨୦୨୭ ଫେବୃଆରୀ ୯ ପର୍ଯ୍ୟନ୍ତ ସେ ଦାୟିତ୍ବ ତୁଲାଇବେ। ୧୯୬୨ ଫେବୃଆରୀ ୧୦ରେ ହରିୟାଣାର ହିସାର ଜିଲାରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ ସୂର୍ଯ୍ୟକାନ୍ତ ୨୦୧୯ ମେ’ ୨୪ରେ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।

ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

Leave a Reply

Your email address will not be published. Required fields are marked *