ଶ୍ରୀରାଧାଙ୍କ ପାଦ ଦର୍ଶନ ପାଇଁ ଚଳ ଚଂଚଳ ହୋଇଉଠିଛି ସାକ୍ଷୀଗୋପାଳ ଗୋପାଳଜିଉ ମନ୍ଦିର
ଅଁଳା ନବମୀ, ଶ୍ରୀରାଧାଙ୍କ ପାଦ ଦର୍ଶନ ପାଇଁ ଚଳ ଚଂଚଳ ହୋଇଉଠିଛି ସାକ୍ଷୀଗୋପାଳ ଗୋପାଳଜିଉ ମନ୍ଦିର । ବର୍ଷକରେ ଥରେ ଶ୍ରୀରାଧାଙ୍କର ଓଡିଆଣୀ ବେଶ ଦର୍ଶନ ଲାଗି ଲକ୍ଷାଧିକ ଭକ୍ତଙ୍କର ସମାଗମ ହୋଇଛି ଏଠାରେ । ସେପଟେ ଭକ୍ତ ମାନଙ୍କର ସୁରକ୍ଷା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।ପୁରି ଜିଲ୍ଲା ସାକ୍ଷୀଗୋପାଳ ଗୋପାଳଜିଉ ମନ୍ଦିର । ଆଜିର ଦିନରେ ଶ୍ରୀରାଧାଙ୍କର ଓଡିଆଣୀ ବେଶ ସହିତ ପାଦ ଦର୍ଶନର ସୁଯୋଗ ପାଇଥାନ୍ତି ଭକ୍ତ । ଏଥିପାଇଁ ମଧ୍ୟରାତ୍ରରୁ ଗୋପାଳଜିଉ ମନ୍ଦିର ସାମନାରେ ଲକ୍ଷାଧିକ ଭକ୍ତ ମାନଙ୍କର ଭିଡ ଲାଗିଛି । ରାତ୍ର ୧ଟ।ରେ ଦ୍ଵାର ପୂଜା ପରେ ମଙ୍ଗଳା ଆଳତୀ,ମର୍ଦନ ଅବକାଶପରେ ନଟବର ଵେଶ ସମାପ୍ତ ହେବା ପରେ ଭୋରରୁ ସୂର୍ଯ୍ୟପୂଜା, ବଲ୍ଲଭ, ସକାଳ ଧୂପ, ବାଳଧୂପ ,ମଦନ ମୋହନ ଭୋଗ ପରେ ସକାଳ ୫ଟା ଠାରୁ ଭକ୍ତ ମାନଙ୍କ ନିମନ୍ତେ ସାହାଣ ମେଲା ଦର୍ଶନ ଚାଲିଛି । ସନ୍ଧ୍ୟାରେ ଭକ୍ତ ମାନଙ୍କର ବିଶେଷ ଭିଡ ଦେଖିବାକୁ ମିଳିଛି।
ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )
