November 18, 2025
Home » ବରଗଡ଼ ଧନୁଯାତ୍ରାର କଂସ ଚରିତ୍ର ପାଇଁ ସୁଶିଲ ମେହେର ମନୋନୀତ

ବରଗଡ଼ ଧନୁଯାତ୍ରାର କଂସ ଚରିତ୍ର ପାଇଁ ସୁଶିଲ ମେହେର ମନୋନୀତ

0
WhatsApp Image 2025-11-18 at 1.52.36 PM

 

ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଏଥର ଭେଡେନ ବ୍ଲକ ଚିଚିଣ୍ଡା ଗ୍ରାମର ସୁଶିଲ ମେହେର କଂସ ଅଭିନେତା ଭାବେ ମନୋନୀତ ହୋଇଛନ୍ତି। ସେହିପରି ପ୍ରଭାସ କୁମାର ତ୍ରିପାଠୀ ମୁଷ୍ଟିକ, ହିମାଂଶୁ ସାହୁ ଚାଣୁର, ଆର୍ତ୍ତତ୍ରାଣ ମହାପାତ୍ର ଉଗ୍ରସେନ, କାମରାଜ ଭୋଇ ନାରଦ, ମନୋଜ ସାହୁ ବସୁଦେବ, ଜଗନ୍ନାଥ ସାହୁ ଅକ୍ରୂର, ଜଗବନ୍ଧୁ ମହାଲିଙ୍ଗ ସାର୍ତ୍ତକୀ, ଅମ୍ବାଭୋନାର ହେମନ୍ତ ପ୍ରଧାନ ସେନାପତି, ଗୁଲାବ ଚନ୍ଦ୍ର ଦାଶ ମହାମନ୍ତ୍ରୀ, ମୁଗ୍ଧା ଦାଶ ଦେବକୀ ଚରିତ୍ର ପାଇଁ ଚୟନ ହୋଇଛନ୍ତି। ଧନୁଯାତ୍ରା ମହୋତ୍ସବ ସମିତି ଉପସଭାପତି ବରଗଡ଼ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର ଆଜି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏହା ଘୋଷଣା କରିଛନ୍ତି। ଘୋଷଣା ସମୟରେ ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶର ଶତପଥୀ ମଧ୍ୟ ଉପସ୍ଥିତ ଥିଲେ। ଆସନ୍ତା ଡିସେମ୍ବର ମାସ ୨୪ ତାରିଖରୁ ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଅନୁଷ୍ଠିତ ହେବ।

 

ବରଗଡ ଜିଲ୍ଳା ପ୍ରତିନିଧି ଇପିଏରୁ କ୍ଷମା ନିଧି ବଣ୍ଡୁକିଙ୍କ ରିପୋର୍ଟ(ଇଷ୍ଟର୍ଣ୍ଣ ପ୍ରେସ୍‌ ଏଜେନ୍‌ସୀ)

Leave a Reply

Your email address will not be published. Required fields are marked *