December 18, 2025
Home » ଧର୍ମଗଡ ଏନ୍ଏସି ଆନୁକୁଲ୍ୟରେ ବଡା ଖାନା କାର୍ଯ୍ୟକ୍ରମ ଅନୁଷ୍ଠିତ

ଧର୍ମଗଡ ଏନ୍ଏସି ଆନୁକୁଲ୍ୟରେ ବଡା ଖାନା କାର୍ଯ୍ୟକ୍ରମ ଅନୁଷ୍ଠିତ

0
WhatsApp Image 2025-12-17 at 2.41.09 PM

ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ତଥା ଧର୍ମଗଡ ଏନ୍ଏସି ଆନୁକୁଲ୍ୟରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ବିଜ୍ଞାପିତ ଅଞ୍ଚଳ ପରିଷଦର ସମସ୍ତ ସଫେଇ କର୍ମଚାରୀ,ସ୍ୱଚ୍ଛସାଥି, ସୁପରଭାଇଜର ଓ ଡ୍ରାଇଭର ଙ୍କ ନିମନ୍ତେ ଏକ ବଡ଼ା ଖାନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ବମ୍ବର ମିଶ୍ର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଧର୍ମଗଡ ବିଧାୟକ ସୁଧିର ରଞ୍ଜନ ପଟ୍ଟଯୋଶୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଏନ୍ ଏସି ଅଧ୍ୟକ୍ଷ ଅଶୋକ କୁମାର ମହାନ୍ତି,ଉପାଧ୍ୟକ୍ଷା ମନିଷା ମିଶ୍ର, କାଉନସିଲର ମୁନିରାମ ମାଝୀ, ଜ୍ୟୋତିର୍ମୟୀ ମହାନନ୍ଦ, ନବୀନ ମହାନନ୍ଦ, ରତ୍ନା ପାତ୍ର ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହି ସହରକୁ ସ୍ୱଚ୍ଛ ରଖିବାରେ ସଫେଇ କର୍ମଚାରୀଙ୍କ ଅବଦାନ ପାଇଁ ଉତ୍ସାହିତ କରିଥିଲେ।

ଏହି ଅବସରରେ ମାନ୍ୟବର ବିଧାୟକ,ଏନଏସି ଅଧ୍ୟକ୍ଷ, ଉପାଧ୍ୟକ୍ଷା , ନିର୍ବାହୀ ଅଧିକାରୀ ସୁଇପର ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କୁ ନିଜ ହାତରେ ଖାଦ୍ୟ ପରସି ଦେଇଥିଲେ। ରବୀନ୍ଦ୍ର ନାଥ ପରିଡ଼ା କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅଧ୍ୟକ୍ଷ ଅଶୋକ କୁମାର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ କନିଷ୍ଠ ଯନ୍ତ୍ରୀ ଶରତ କୁମାର ସାହୁ, ହିସାବ ରକ୍ଷକ ହିମାଂଶୁ ରଣା, ସଫେଇ ପ୍ରବୀଣ ଅଭିନନ୍ଦନ ପ୍ରଧାନ,ଗୋଷ୍ଠୀ ସଂଗଠକ ଯଶୋବନ୍ତ ମହାପାତ୍ର, ସମସ୍ତ କାଉନସିଲର, କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ତଥା ସ୍ୱଚ୍ଛ ସାଥୀ ମାନେ ଉପସ୍ଥିତ ଥିଲେ।

କଳାହାଣ୍ଡି ଇପିଏ ରୁ ବିଦ୍ୟାଧର ସାହୁ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *