February 23, 2026
Home » ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାରଙ୍କ ରଘୁରାଜପୁର, ଧଉଳି ଶାନ୍ତିସ୍ତୁପ, ଉଦୟଗିରି, ମୁକ୍ତେଶ୍ଵର ମନ୍ଦିର ପରିଦର୍ଶନ

ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାରଙ୍କ ରଘୁରାଜପୁର, ଧଉଳି ଶାନ୍ତିସ୍ତୁପ, ଉଦୟଗିରି, ମୁକ୍ତେଶ୍ଵର ମନ୍ଦିର ପରିଦର୍ଶନ

0
WhatsApp Image 2025-12-28 at 8.28.26 PM

ଭୁବନେଶ୍ୱର: ଓଡିଶା ଗସ୍ତରେ ଆସିଥିବା ଭାରତର ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାର ଆଜି କଳାଗ୍ରାମ ରଘୁରାଜପୁର ପରିଦର୍ଶନ କରି ସେଠାକାର କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ନିଖୁଣ ପଟ୍ଟଚିତ୍ର, ଟସର ଓ କାଠ ଶିଳ୍ପ ଆଦି କଳାକୃତିର ପ୍ରତ୍ୟକ୍ଷ ଅନୁଭୂତି ନେବା ସହିତ କାରିଗରମାନଙ୍କ ସହ ଆଲୋଚନା କରିଥିଲେ । ପରିଦର୍ଶନ ସମୟରେ ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶା ଶ୍ରୀ ଆର ଆସ ଗୋପାଳନଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ରଘୁରାଜପୁରର ଶିଳ୍ପୀମାନେ ଶହଶହ ବର୍ଷର ଭାରତୀୟ ସଂସ୍କୃତି,ପରମ୍ପରା ଓ ଲୋକ କଥାକୁ ପଟ୍ଟଚିତ୍ର ଓ ଅନ୍ୟାନ୍ୟ କଳାକୃତି ମାଧ୍ୟମରେ ଉଜ୍ଜୀବିତ କରି ରଖିଛନ୍ତି ଯାହାର ଯେତେ ପ୍ରଶଂସା କଲେ କମ ହେବ ବୋଲି ନିର୍ବାଚନ କମିଶନର ଶ୍ରୀ କୁମାର ପ୍ରକାଶ କରିଛନ୍ତି । ଭାରତ ନିର୍ବାଚନ ଆୟୋଗ ପକ୍ଷରୁ ଶିଳ୍ପୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ରଘୁରାଜପୁର ଆସି ଶିଳ୍ପୀମାନଙ୍କର ଅନନ୍ୟ କଳାକୃତିକୁ ଦେଖିବା ପାଇଁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି। ରଘୁରାଜପୁରରେ ମୁଖ୍ୟ ନିର୍ବାଚନ କମିଶନର କୁନି କୁନି ନୃତ୍ୟଶିଳ୍ପୀଙ୍କ ଦ୍ୱାରା ପରିବେଷିତ ଗୋଟିପୁଅ ନୃତ୍ୟ ଦେଖି ଅଭିଭୂତ ହୋଇଥିଲେ।

ରଘୁରାଜପୁରରେ ପୁରୀ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଜ଼ିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତୀକ କୁମାର ସିଂ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ପଟ୍ଟଚିତ୍ର ଓ ଅନ୍ୟାନ୍ୟ କଳାକୃତି ଦେଇ ସମ୍ବର୍ଦ୍ଧନା ଜଣାଇଥିଲେ ।

ଭୁବନେଶ୍ୱର ଫେରିବା ବାଟରେ ସେ ଧଉଳି ଶାନ୍ତିସ୍ତୁପ ଓ ପାଖରେ ଥିବା ଶିଳାଲେଖ ପରିଦର୍ଶନ କରି ବୌଦ୍ଧ ସଂସ୍କୃତି ଓ ଏହାର ଇତିହାସ ସମ୍ବନ୍ଧରେ ବୌଦ୍ଧ ସନ୍ୟାସୀଙ୍କ ଠାରୁ ଅବଗତ ହୋଇଥିଲେ । ଶାନ୍ତିସ୍ତୁପ ଉପରୁ ଭୁବନେଶ୍ୱର ସହର ଓ ଦୟା ନଦୀର ସୌନ୍ଦର୍ଯ୍ୟ ଅତୀବ ଚମତ୍କାର । ଭାରତ ଶାନ୍ତି ଓ ମୈତ୍ରୀ ପାଇଁ ସାରା ବିଶ୍ୱରେ ପରିଚିତ। ଧଉଳି ଶାନ୍ତିସ୍ତୁପରୁ ଶାନ୍ତିର ବାର୍ତ୍ତା ସମଗ୍ର ବିଶ୍ୱକୁ ଅଧିକରୁ ଅଧିକ ସମ୍ପ୍ରସାରିତ ହେଉ ବୋଲି ସେ କାମନା କରିଥିଲେ ।
ଅପରାହ୍ନରେ ମୁଖ୍ୟ ନିର୍ବାଚନ କମିଶନର ଉଦୟଗିରି ପାହାଡ଼ ଓ ତା ମଧ୍ୟରେ ଥିବା ବହୁ ପୁରାତନ ଗୁମ୍ଫା ପରିଦର୍ଶନ କରିଥିଲେ । ୨୦୦୦ ହଜାର ବର୍ଷ ପୂର୍ବରୁ ଏଭଳି ସୁନ୍ଦର ଓ ନିଖୁଣ ଗୁମ୍ଫା ଓ କାରୁକାର୍ଯ୍ୟ ଆମ ପୂର୍ବପୁରୁଷମାନେ ନିର୍ମାଣ କରିପାରିଥିଲେ ତାହା ଆଶ୍ଚର୍ଯ୍ୟାନ୍ବିତ ଓ ଗୌରବାନ୍ୱିତ କରୁଛି । ତା’ଠାରୁ ଅଧିକ ଆନନ୍ଦ ଦେଉଛି ଆମର ହଜାର ହଜାର ବର୍ଷର ସମୃଦ୍ଧ ସଂସ୍କାର ଓ ସଂସ୍କୃତି ଉଦୟଗିରି ପାହାଡ଼ରେ ଆଜି ମଧ୍ୟ ଜୀବନ୍ତ ରହିଛି ବୋଲି ସେ ଉଲ୍ଲେଖ କରିଥିଲେ ।


ପରେ ସେ ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରି ପ୍ରାଚୀନ କଳିଙ୍ଗ ଭାସ୍କର୍ଯ୍ୟ ଦ୍ୱାରା ପ୍ରଭାବିତ ହେବା ସହ ସପରିବାର ଦେବାଦେବୀଙ୍କ ଆଶୀର୍ବାଦ ନେଇଥିଲେ ।ସୂଚନା ଯୋଗ୍ୟ ଯେ, ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ କୁମାରଙ୍କ ପିତା ଏକ ବଡ ଦୁର୍ଘଟଣାରେ ସମ୍ମୁଖୀନ ହୋଇଥିବାରୁ ସେ ତୃତୀୟ ଦିନର ବୁଥ ସ୍ତରୀୟ ଅଧିକାରୀଙ୍କ ସହ ବୈଠକ ସମେତ ସମସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖି ଜରୁରୀକାଳୀନ ଭିତ୍ତିରେ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଜରୁରୀକାଳୀନ ଭିତ୍ତିରେ ପ୍ରତ୍ୟାବର୍ତ୍ତନ କରୁଥିବା ହେତୁ ଦୁଃଖପ୍ରକାଶ କରିବା ସହିତ ଓଡ଼ିଶାର କଳା, ସ୍ଥାପତ୍ୟ, ଆତିଥ୍ୟ, ପ୍ରାକୃତିକ ବିଭବ ତାଙ୍କୁ ବହୁତ ପ୍ରଭାବିତ କରିଛି ତେଣୁ ସେ ପୁଣିଥରେ ଓଡିଶା ନିଶ୍ଚିତଭାବରେ ଆସିବେ ବୋଲି କହିଛନ୍ତି ।ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଗୋପାଳନଙ୍କ ସହିତ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ମିଶ୍ର, ଅତିରିକ୍ତ ଶାସନ ସଚିବ ଶ୍ରୀ ଗୋପୀନାଥ କଅଁର, ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଡ. ଲକ୍ଷ୍ମୀ ପ୍ରସାଦ ସାହୁ, ଶ୍ରୀମତୀ ଅନାମିକା ସିଂ, ସ୍ଥାନୀୟ ପ୍ରଶାସନ, ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗର ଅଧିକାରୀ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ବିଭିନ୍ନ ସ୍ଥାନର ପରିଦର୍ଶନ ସମୟରେ ଉପସ୍ଥିତ ରହିଥିଲେ ।

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।