February 23, 2026
Home » ଐତିହ୍ୟ ଗ୍ରାମ ରଘୁରାଜପୁର ଦେଖି ଅଭିଭୂତ ହେଲେ ନିର୍ବାଚନ କମିଶନର

ଐତିହ୍ୟ ଗ୍ରାମ ରଘୁରାଜପୁର ଦେଖି ଅଭିଭୂତ ହେଲେ ନିର୍ବାଚନ କମିଶନର

0
WhatsApp Image 2025-12-28 at 5.30.43 PM

ପୁରୀର ଐତିହ୍ୟ କଳାଗ୍ରାମ ରଘୁରାଜପୁର କୁ ପରିଦର୍ଶନ କରି ଅଭିଭୂତ ହୋଇଛନ୍ତି ଭାରତର ନିର୍ବାଚନ କମିଶନର ଜ୍ଞାନେଶ କୁମାର।ଆଜି ପୂର୍ବାହ୍ନରେ କମିଶନର ଜ୍ଞାନେଶ କୁମାର ଓ ତାଙ୍କ ପରିବାର ରଘୁରାଜପୁର ଗ୍ରାମରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା ସ୍ବାଗତ କରିଥିଲେ।ପରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର ସନ୍ଥଗୋପାଳନ,ଜିଲ୍ଲାପାଳ ଶ୍ରୀ ପରିଡା କମିଶନର ଙ୍କୁ ରଘୁରାଜପୁର ର କଳାକୃତି କୁ ବୁଲାଇ ଦେଖାଇ ଥିଲେ।କମିଶନର ପ୍ରତ୍ୟେକ ଘରେ କଳା କୃତି ଦେଖି ବିସ୍ମିତ ହେବା ସହ ଆନନ୍ଦ ପ୍ରକାଶ କରିଥିଲେ।ଶିଳ୍ପୀ ମାନଙ୍କ ସହ ବାର୍ତ୍ତାଳାପ କରି ପଟ୍ଟଚିତ୍ର ର ପ୍ରସ୍ତୁତି ପ୍ରଣାଳୀ, ପ୍ରସ୍ତୁତ ହୋଇଥିବା ଚିତ୍ର ର ବିଷୟ ବସ୍ତୁ ସମ୍ପର୍କରେ ପଚାରି ବୁଝି ଥିଲେ।ପରେ କମିଶନର ଗୋଟି ପୁଅ ନୃତ୍ୟ ଦେଖିଥିଲେ।


ନିଜ ପ୍ରତିକ୍ରିୟା ରେ କମିଶନର ରଘୁରାଜପୁର ର କଳାକୃତି ଓ ଗୋଟିପୁଅ ନୃତ୍ୟ ଦେଖି ଅତ୍ୟନ୍ତ ଖୁସି ଓ ଓଡିଶା ଭଳି ଏକ ପ୍ରାଚୀନ ରାଜ୍ୟ ରେ ଏଭଳି ପାରମ୍ପରିକ କଳାକୁ ପ୍ରାଧାନ୍ୟ ଅତ୍ୟନ୍ତ ଆନନ୍ଦର କଥା ବୋଲି କହିବା ସହ ସମସ୍ତ ଶିଳ୍ପୀ ଓ କଳାକାର ନମସ୍ୟ ବୋଲି କହିଥିଲେ।ଏହିଭଳି ସୁନ୍ଦର କଳାକୁ ଭାରତର ଜନ ସାଧାରଣ ଦେଖି ବାକୁ ଓ କଳାକାର ଙ୍କୁ ଉତ୍ସାହିତ କରିବାକୁ କମିଶନର ମତ ଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଏସପି ପ୍ରତୀକ ସିଂ,ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶାନ୍ତ କୁମାର ମିଶ୍ର,ଅତିରିକ୍ତ ସଚିବ ଗୋପୀନାଥ କୁଅଁର,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଡ ଲକ୍ଷ୍ମୀ ପ୍ରସାଦ ସାହୁ,ଅନାମିକା ସିଂ,ଅତିରିକ୍ତ ଏସପି ସଚିନ ପଟେଲ, ସୌମ୍ୟ ରଞ୍ଜନ ମଲ୍ଲିକ,ସଦର ବିଡିଓ ସସମ୍ବିତ ଶତପଥୀ, ତହସିଲଦାର ଅଭିଷେକ ଦାଶ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।