ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟ ଠାରେ ନାରୀ ସଚେତନତା କାର୍ଯ୍ୟକ୍ରମ
ଧର୍ମଗଡ ପଞ୍ଚାୟତ ମହାବିଦ୍ୟାଳୟ ଠାରେ ମହିଳାଙ୍କ ସଚେତନତାକୁ ନେଇ ଭାରତୀୟ ଆଦିମ ଜାତି ସେବା ସଙ୍ଘ ଓ ଧର୍ମଗଡ ଶକ୍ତି ସଦନ କାର୍ଯ୍ୟାଳୟ ତରଫରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି l ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଏସ ଜଗନ୍ନାଥ ରାଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ଅର୍ଥନୀତି ବିଭାଗର ଅଧ୍ୟାପିକା ରୋଜାଲିନ ମୁଣ୍ଡ, ଇଂରାଜୀ ଅଧ୍ୟାପିକା ନିବେଦିତା ଡାକୁଆ, ଖେଳ ଶିକ୍ଷକ ଅଭୟ ବାଗ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟର ଜେଣ୍ଡର ସାମର୍ଥ୍ୟ ସ୍ପେସିଆଲିଷ୍ଟ ରାମଚନ୍ଦ୍ର ବାଗ ଓ ଜେଣ୍ଡର ସମ୍ବଳ ସ୍ପେସିଆଲିଷ୍ଟ ମୋହନ ନାଏକ ଏହି ଅବସରରେ ଯୋଗଦେଇ ଶକ୍ତି ସଦନ ରେ କେଉଁ ମହିଳା ମାନେ ରହିପାରିବେ, ବାଲ୍ୟ ବିବାହ ରୋକିବା, ଯୌତୁକ ପ୍ରଥା, ଘରୋଇ ହିଂସା, ଯୌନ ଓ ମାନସିକ ନିର୍ଯାତନା ସଂପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ।

ଓଡ଼ିଆ ଅଧ୍ୟାପକ ଗଣପତି ବାଗ ମୁଖ୍ୟ ବକ୍ତା ଭାବେ ମହିଳାମାନେ କିଭଳି ଶିକ୍ଷା କ୍ଷେତ୍ରରେ କିଭଳି ଆଗକୁ ଯିବେ,ସେମାନେ କେମିତି ଆତ୍ମନିର୍ଭରଶିଳ ହେବେ, ସ୍ୱାସ୍ଥ୍ୟର ଯତ୍ନନେବେ,ନିର୍ଯାତନାରୁ କିଭଳି ଦୁରେଇ ରହିବେ ତଥା ବାଲ୍ୟ ଵିଵାହରୁ ଦୁରେଇ ରହିବା ସହ ସରକାରଙ୍କ ତରଫରୁ ମହିଳା ମାନଙ୍କ ପାଇଁ ଥିବା ସମସ୍ତ ସୁବିଧା ସୁଯୋଗ ବିଷୟରେ ବୁଝାଇ ଥିଲେ l ଅନୁଷ୍ଠିତ ସାଧାରଣ ସଭାରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ କର୍ମଚାରୀ ମାନେ ଯୋଗ ଦେଇଥିଲେ।ଧର୍ମଗଡ ଶକ୍ତି ସଦନ ର ପରିଚାଳିକା ସସ୍ମିତା ପାତ୍ର କାର୍ଯକ୍ରମ ପରିଚାଳନା କରିଥିବା ବେଳେ କାର୍ଯ୍ୟାଳୟ ସହଯୋଗି ଦେବରାଜ ମହାନନ୍ଦ ଧନ୍ୟବାଦ ପ୍ରଦାନ କରିଥିଲେ l
ବିଦ୍ୟାଧର ସାହୁଙ୍କ ରିପୋର୍ଟ….
