August 22, 2026
Home » ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ଆଲୋଚନା ଚକ୍ର

ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ଆଲୋଚନା ଚକ୍ର

0
WhatsApp Image 2025-12-31 at 6.36.42 PM

କଳାହାଣ୍ଡି ଜିଲ୍ଳା ଧର୍ମଗଡ ବ୍ଲକ ଅନ୍ତର୍ଗତ ସନ୍ଦି କୁଲିହାରି ଗ୍ରାମ ଠାରେ ଓଡ଼ିଶା ଅବସର ପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ଏକ ଆଲୋଚନା ଚକ୍ର ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ଧର୍ମଗଡ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ସଭାପତି ଶ୍ରୀ କବିରାଜ ଦୁର୍ଗାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସଂଘର ସାଧାରଣ ସଂପାଦକ ରାଜେନ୍ଦ୍ର ଭୋଇ, ସହ ସଂପାଦକ ଧରଣୀ ଧର ଧଙ୍ଗଡା ମାଝୀ, କୋଷାଧ୍ୟକ୍ଷ ପ୍ରତାପ କିଶୋର ଆଚାର୍ଯ୍ୟ,ଅବସର ପ୍ରାପ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ କିଶୋର କୁମାର ଖମାରୀ, ହରି ସୁନ୍ଦର ପଣ୍ଡା, ଫୁଲେଶ୍ୱର୍ ସେନାପତି, ଜବାହର ଲାଲ ବାଗ, ତ୍ରିଲୋଚନ ବାଗ ସମେତ ଶତାଧିକ ସଦସ୍ୟ ଉପସ୍ଥିତ ଥିଲେ।

ଏହି ଅବସରରେ ୮୦ ବର୍ଷ ବୟସରେ ପାଦ ଦେଇଥିବା ସଂଘର ବରିଷ୍ଠ ସଦସ୍ୟ ଧନେଶ୍ୱର ଗୋପାଳ, ହେତୁରାମ ମେହେର,ହୃଷିକେଶ ସାହୁ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପୁରୁଣା ବର୍ଷ କୁ ସ୍ମୃତିକୁ ଆଧାର କରି ଆଗାମୀ ନୂତନ ବର୍ଷ ୨୦୨୬ ରେ ସଂଘର ନୂତନ ଭବନ ନିର୍ମାଣ କରାଯିବା ପାଇଁ ଉଦ୍ୟମ କରାଯିବା ସହ ସଂଘର ସଦସ୍ୟ ମାନଙ୍କ ନିମନ୍ତେ ବହୁବିଧ ଉନ୍ନତି ପାଇଁ ବଦ୍ଧ ପରିକର ହେବା ପାଇଁ ଆହ୍ଵାନ ଦିଆଯାଇଥିଲା। ଅବସରପ୍ରାପ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ଲୋକନାଥ ବେହେରା ଧନ୍ୟବାଦ୍ ଅର୍ପଣ କରିଥିଲେ।

କଳାହାଣ୍ଡି ଇପିଏ ରୁ ବିଦ୍ୟାଧର ସାହୁ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।