ଜିଲ୍ଲା ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଆଗାମୀ ଜିଲ୍ଲା ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ଏହି ପ୍ରସ୍ତୁତି ବୈଠକରେ ଆଲୋଚ୍ୟ ବିଷୟ ବସ୍ତୁ ଅନୁଯାୟୀ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ ଓ ଆଲୋଚନା ଅନୁଯାୟୀ ସର୍ବ ସମ୍ମତି କ୍ରମେ ପ୍ରସ୍ତାବ ଗୃହୀତ କରାଯାଇଥିଲା । ଆଲୋଚନା ସମୟରେ ଜିଲ୍ଲାପାଳ ଯେଉଁ ଅଧିକାରୀମାନଙ୍କୁ ଆବଶ୍ୟକୀୟ ଆୟୋଜନ ପାଇଁ ଦାୟିତ୍ଵ ପ୍ରଦାନ କରାଯାଇଛି, ସେମାନଙ୍କୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସେମାନଙ୍କ ଦାୟିତ୍ଵ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ ।ଏହି ପ୍ରସ୍ତୁତି ବୈଠକରେ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ ) ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ଉପ- ଜିଲ୍ଲାପାଳ, ସୋନପୁର ଡ. ସୌମ୍ୟାରୁପା ରଥ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ, ବେଣୁଧର ଦାଶ, ସମାଜସେବୀ, ବୀରମହାରାଜପୁର, ସୋନପୁର ସହରର ବୁଦ୍ଧିଜୀବୀ , ବରିଷ୍ଠ ନାଗରିକ , ସୋନପୁର ସହରର ବିଭିନ୍ନ ଅନୁଷ୍ଠାନ ମାନଙ୍କର ପ୍ରତିନିଧି , ବିଭିନ୍ନ ମହାବିଦ୍ୟାଳୟ ଅଧ୍ୟକ୍ଷ/ ଅଧ୍ୟକ୍ଷା ଓ ବିଦ୍ୟାଳୟ ଗୁଡିକର ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀ ,ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସମ୍ବାଦ ପତ୍ର ଗୁଡିକର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରି ସେମାନଙ୍କର ସୁଚିତିନ୍ତ ମତାମତ ପ୍ରଦାନ କରିଥିଲେ। ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଅର୍ଜୁନ ମାଝୀ ଏହି ପ୍ରସ୍ତୁତି ବୈଠକରେ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସଙ୍ଗେ ସଙ୍ଗେ ବୈଠକ ଶେଷରେ ଧନ୍ୟବାଦ୍ ଅର୍ପଣ କରିଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
