August 22, 2026
Home » ସାଧାରଣତନ୍ତ୍ର ଦିବସ ୨୦୨୬ ପ୍ରସ୍ତୁତି ବୈଠକ

ସାଧାରଣତନ୍ତ୍ର ଦିବସ ୨୦୨୬ ପ୍ରସ୍ତୁତି ବୈଠକ

0
WhatsApp Image 2026-01-08 at 8.12.56 PM

ମାଲକାନଗିରି ଜିଲ୍ଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ-୨୦୨୬ ପାଳନ କରାଯିବା ଉପଲକ୍ଷେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଉପସ୍ଥିତ ଥିଲେ।

ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀଙ୍କ ଦ୍ୱାରା ଗତବର୍ଷ ପ୍ରସ୍ତୁତି ବୈଠକର ବିବରଣୀ ଉପସ୍ଥାପନ ଆଧାରରେ ଆଲୋଚନା କରାଯାଇ ବୈଠକର ସର୍ବସମ୍ମତି କ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଉତ୍ସବ ପାଳନ ଉପଲକ୍ଷେ ୨୬ ଜାନୁଆରୀ ପ୍ରଭାତରେ ଡ଼ାକବାଜି ଯନ୍ତ୍ର ଦ୍ୱାରା ମାଲକାନଗିରି ପୌରପାଳିକା ଅଞ୍ଚଳରେ ରାମଧୂନ ପରିକ୍ରମା କରାଯିବ । ସକାଳ ୭ ଟା ୩୦ରେ ବିଭିନ୍ନ ଅନୁଷ୍ଠାନରେ ପତାକା ଉତ୍ତୋଳନ କରାଯାଇ ସ୍ପୋର୍ଟସ କମ୍ପ୍ଲେକ୍ସ ଠାରେ ଜିଲ୍ଲାସ୍ତରୀୟ ଉତ୍ସବରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯିବ । ଏହି ଦିବସ ପାଳନ ଉପଲକ୍ଷେ ପୂର୍ବରୁ ବକ୍ତୃତା, ଚିତ୍ରାଙ୍କନ, ପ୍ରବନ୍ଧ ଆଦି ପ୍ରତିଯୋଗିତାମାନ ଆୟୋଜନ କରାଯିବା ପାଇଁ ଦିନ ଓ ସମୟ ଧାର୍ଯ୍ୟ କରାଗଲା । ପ୍ରଭାତଫେରୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ମୁଖ୍ୟ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ ଓ ସମ୍ମିଳିତ ପ୍ୟାରେଡ଼, ପ୍ୟାରେଡ଼୍ ପ୍ରତିଯୋଗିତା, ପ୍ୟାରେଡ଼ ପୂର୍ବାଭ୍ୟାସ ଓ ପ୍ୟାରେଡ଼ ପଡ଼ିଆରେ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ ସମ୍ବନ୍ଧରେ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଜିଲ୍ଲା ମୁଖ୍ୟ ଡ଼ାକ୍ତରଖାନା ଓ ଶିଶୁ ଗୃହ ରେ ରୋଗୀମାନଙ୍କୁ ଫଳ ବଣ୍ଟନ ଆଦି କାର୍ଯ୍ୟକ୍ରମ ସମ୍ବନ୍ଧରେ ମଧ୍ୟ ଆଲୋଚନା କରାଯାଇ ପ୍ରାୟୋଜକ ଓ ପୃଷ୍ଠପୋଷକଭାବେ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତାମାନଙ୍କ ମତାମତ ଗ୍ରହଣ କରାଯାଇଥିଲା । ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା, ଶିକ୍ଷକ ଶିକ୍ଷୟିତ୍ରୀ, ଅଧ୍ୟାପକ ଅଧ୍ୟାପିକା, ଗଣମାଧ୍ୟମ ପ୍ରତିନିଧି, ମାନ୍ୟଗଣ୍ୟ ବିଶିଷ୍ଟ ବ୍ୟକ୍ତି ଏହି ବୈଠକରେ ଉପସ୍ଥିତ ଥିଲେ ।

ରିପୋର୍ଟ: ମାଲକାନଗିରି ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।