February 5, 2026
Home » କୋଶାଗୁମୁଡ଼ା ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

କୋଶାଗୁମୁଡ଼ା ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

0
WhatsApp Image 2026-01-12 at 7.39.31 PM

ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ବ୍ଲକ ଅଧ୍ୟକ୍ଷା ସର୍ବେଶ୍ୱରି ମାଝୀ, ସି ଡି ଏମ ଓ ଡ ମଳୟ ପ୍ରଧାନଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୩୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୧୧ଟି ହୁଇଲ ଚେୟାର, ୭ ଜଣ ଅଙ୍ଗହୀନ ଦିବ୍ୟାଙ୍ଗ ଙ୍କୁ କୃତିମ ଅଙ୍ଗ ପ୍ରଦାନ ନିମନ୍ତେ ମଞ୍ଜୁରୀ ସହ ୦୫ ଟି ଅଭିଯୋଗ ର ସମାଧାନ ତତକ୍ଷଣାତ କରାଯାଇଥିଲା।

ରିପୋର୍ଟ: ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *