August 21, 2026
Home » ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦଘାଟିତ

ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦଘାଟିତ

0
WhatsApp Image 2026-01-16 at 10.03.06 PM (1)

କଟକ: ଚାଷୀମାନେ ସମାଜର ମେରୁଦଣ୍ଡ , ଚାଷୀ ଭାଇ ଭଉଣୀମାନଙ୍କ ପାଇଁ ହିଁ ଆମେ ସମସ୍ତେ ଏଠାରେ ସୁସ୍ଥଭାବେ ଛିଡା ହେଇଛନ୍ତି । କଟକ ବାଲିଯାତ୍ରା ପଡିଆରେ ଆଜି ଉଦଘାଟିତ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଚୌଦ୍ଵାର,କଟକ ବିଧାୟକ ଶ୍ରୀଯୁକ୍ତ ସୌଭିକ ବିଶ୍ଵାଳ ଏହା କହିବା ସହିତ ସରକାରଙ୍କ ବିଭିନ୍ନ ଯୋଜନା କିଭଳି ଭାବେ ଲୋକମାନେ ଠିକ ରୂପେ ପାଇପାରିବେ ସେ ଉପରେ ବିଭାଗୀୟ କର୍ମଚାରୀ ମାନଙ୍କୁ ଯତ୍ନବାନ ହେବାକୁ କହିଥିଲେ ।

ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଏହି ମେଳାରେ ଯୋଗ ଦେଇ,ଏହି ମେଳାରୁ ପଶୁପାଳନ ଓ ମତ୍ସ୍ୟ ଚାଷ ପାଇଁ ଇଛୁକ ଚାଷୀମାନେ ଉନ୍ନତ ଜ୍ଞାନକୌଶଳ ଶିକ୍ଷା ଲାଭ କରିବାକୁ ପରାମର୍ଶ ଦେଇଥିଲେ । ଦୁଇ ଦିନ ପାଇଁ ଚାଲିବାକୁ ଥିବା ଏହି ମେଳାରେ ବିଭିନ୍ନ ପ୍ରକାରର ଉନ୍ନତ ଚାଷ ପ୍ରଣାଳୀ, ମତ୍ସ୍ୟ ଓ ପଶୁଖାଦ୍ୟ ଆଦି ଉପରେ ଷ୍ଟଲ ଖୋଲିଛି ।

ଏହି ମେଳାରେ ବିଧାୟକ ଶ୍ରୀଯୁକ୍ତ ସୌଭିକ ବିଶ୍ଵାଳ ବିଭିନ୍ନ ଯୋଜନାରେ ସଫଳ ଚାଷୀ ମାନଙ୍କୁ ପୁରସ୍କୃତ କରିବା ସହ ପୁରସ୍କାର ରାଶି ପ୍ରଦାନ କରିଥିଲେ। ଏହି ଅବସରରେ ଉପସ୍ଥିତ ବୈଜ୍ଞାନିକ ଓ ଚାଷୀମାନଙ୍କ ମଧ୍ୟରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ହୋଇଥିଲା । ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସୁଶାନ୍ତ ନାୟକ ସ୍ଵାଗତ ଭାଷଣ ଦେଇଥିଲେ।

ସଭାରେ ଷ୍ଟାଣ୍ଡିଂ କମିଟି ଅଧକ୍ଷ,ଜିଲ୍ଲା ପରିଷଦ ଶ୍ରୀ ଆଶିଷ କୁମାର ସାହୁ,ଅତିରିକ୍ତ ନିର୍ଦ୍ଦେଶକ ମତ୍ସ୍ୟ ନିର୍ଦେଶାଳୟ କଟକ ମୁରଲୀଧର ଜେନା, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ କମଳକାନ୍ତ ପାଣିଗ୍ରାହୀ, ଅତିରିକ୍ତ ନିର୍ଦେଶକ ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶାଳୟ ଡ. ସତ୍ୟ ରଞ୍ଜନ ରାଉତ, ସାଂସଦ ଜଗତସିଂହପୁର କଟକ ଜିଲ୍ଲା ପ୍ରତିନିଧି ବନ୍ଦୁ ଚରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ମତ୍ସ୍ୟ ଅଧିକାରୀ ଶ୍ରୀମତୀ ବବିତା ମହନ୍ତ ଧନ୍ୟବାଦ ଅର୍ପଣ କରିବା ସହ ସଭା ସାଙ୍ଗ କରିଥିଲେ ।

 

କଟକ ଇପିଏ ରୁ ଲଳିତ ଦାଶ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।