August 21, 2026
Home » ସୁବର୍ଣ୍ଣପୁର ଜିଲ୍ଲା କୃଷକ ସଂଗଠନ ଓ ନବନିର୍ମାଣ କୃଷକ ସଂଗଠନ ର ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା କୃଷକ ସଂଗଠନ ଓ ନବନିର୍ମାଣ କୃଷକ ସଂଗଠନ ର ବୈଠକ ଅନୁଷ୍ଠିତ

0
WhatsApp Image 2026-01-16 at 12.52.20 PM

 

 

ସୁବର୍ଣ୍ଣପୁର — ସୁବର୍ଣ୍ଣପୁର ଜିଲ୍ଲା କୃଷକ ସଂଗଠନ ଓ ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ମୁଣ୍ଡୋଘାଟ ଆର ଏମ ସି ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ରେ ଚାଷୀ ନେତା ବୈକୁଣ୍ଠ ଶତପଥୀ, ପ୍ରଦ୍ୟୁମ୍ନ କୁମାର ପାଢ଼ୀ, ବିଷ୍ଣୁ ପ୍ରସାଦ ପଧାନ ଆଦିଙ୍କୁ ତାଙ୍କ ସଂଗ୍ରାମୀ ଆଭିମୁଖ୍ୟ ପାଇଁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l ଚାଷୀ ମାନଙ୍କ ସମସ୍ୟା ସମାଧାନ ନ ହେବା ପର୍ଯ୍ୟନ୍ତ ଚାଷୀ ମାନଙ୍କର ସଂଗ୍ରାମ ଜାରି ରହିବ। ବୈଠକ ରେ ଚାଷୀ ନେତା ଗୋବିନ୍ଦ ଚନ୍ଦ୍ର ମିଶ୍ର, ହରିହର କର୍ଣ୍ଣ , ପ୍ରମୋଦ କୁମାର ଗୁରୁ, ପଦ୍ମଲୋଚନ ମିଶ୍ର, କୁମାରେନ୍ଦ୍ର ମିଶ୍ର, ଶୋଭିତ ଦାଶ, ନରସିଂହ ପ୍ରସାଦ ଦାଶ, ମାୟାଧର କହଁର, ଶିବ ପଧାନ, ଦାଶରଥି ପଣ୍ଡା ଆଦି ଉପସ୍ଥିତ ଥିଲେ। ଚାଷୀ ଙ୍କ ପ୍ରତି ହୋଇଥିବା ବର୍ବୋରଚିତ ଆକ୍ରମଣ କୁ ସବୁ ଚାଷୀ ଘୋର ନିନ୍ଦା କରିଥିଲେ । ଏହାର ଉପଯୁକ୍ତ ତଦନ୍ତ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାପାଇଁ ଜିଲ୍ଲାପାଳ ଙ୍କୁ ଏକ ଦାବିପତ୍ର ଦେବା ପାଇଁ ନିଷ୍ପତ୍ତି ନେଇଥିଲେ। କାର୍ଯ୍ୟାନୁଷ୍ଠାନ ସହ ଧାନ କିଣା ବିକା ନିୟମିତ ନ ହେଲେ ଆଗକୁ ସୁବର୍ଣ୍ଣପୁର ଜିଲ୍ଲାରେ ଅଖ ଚକ ଜାମ୍ ହେବ ବୋଲି ଏକ ସ୍ୱର ରେ ଚାଷୀ ମାନେ ଦୃଢ଼ୋକ୍ତି ପ୍ରକାଶ କରିଥିଲେ l

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।