August 21, 2026
Home »  ନୀତିନ ନବୀନ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ଦ୍ଵନ୍ଦରେ ନିର୍ବାଚିତ

 ନୀତିନ ନବୀନ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ଦ୍ଵନ୍ଦରେ ନିର୍ବାଚିତ

0
WhatsApp Image 2026-01-19 at 9.34.29 PM

 

ନୂଆଦିଲ୍ଲୀ: ନୀତିନ ନବୀନ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ଏଥିପାଇଁ ସେ ଏକମାତ୍ର ପ୍ରାର୍ଥୀ ଥିବା ନେଇ ରିଟର୍ଣ୍ଣିଂ ଅଧିକାରୀ କେ. ଲକ୍ଷ୍ମଣ କହିଛନ୍ତି।ଏହି ପଦ ପାଇଁ ତାଙ୍କ ସପକ୍ଷରେ ୩୭ ସେଟ୍ ନାମାଙ୍କନ ପତ୍ର ଦାଖଲ କରାଯାଇଥିଲା ଓ ତାଙ୍କ ପ୍ରାର୍ଥୀତ୍ୱର ପ୍ରସ୍ତାବକମାନଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସାମିଲ ଥିବା ନେଇ ଜଣାପଡ଼ିଛି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ନାଁ ଘୋଷଣା ସହିତ ସେ ଦାୟିତ୍ବ ଗ୍ରହଣ କରିବେ।ନୀତିନ ନବୀନ ପାଞ୍ଚ ଥର ବିହାର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ବାଙ୍କିପୁରରୁ ବିଧାୟକ, ୨୦୦୬ ମସିହାରେ ପ୍ରଥମ ଥର ପାଇଁ ପାଟନା ପଶ୍ଚିମ ବିଧାନସଭା ଆସନରୁ ଉପନିର୍ବାଚନ ଜିତିଥିଲେ। ସେ ବାଙ୍କିପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିଆସୁଛନ୍ତି ଏବଂ ୨୦୧୦, ୨୦୧୫, ୨୦୨୦ ଏବଂ ୨୦୨୫ ମସିହାରେ ବିଧାନସଭା ନିର୍ବାଚନରେ …

ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।