ଅତିରିକ୍ତ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର
ବରଗଡ଼,: ପଦ୍ମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁଙ୍କ ବ୍ୟତୀତ ପଦ୍ମପୁର ଉପଜିଲ୍ଲାପାଳ ସ୍ନେହା ଅରୁଗୁଲା, ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମନୋଜ ଦେବତା ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଶ୍ରୀ କୁବେର ମହନ୍ତ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୭୫ ଗୋଟି ଅଭିଯୋଗ ମଧ୍ୟରୁ ୬୧ ଗୋଟି ବ୍ୟକ୍ତିଗତ ଏବଂ ୧୪ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି
ଇପିଏରୁ ବରଗଡ଼ ଜିଲ୍ଳା ପ୍ରତିନିଧି କ୍ଷମା ନିଧି ବଣ୍ଡୁକିଙ୍କ ରିପୋର୍ଟ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସୀ)
