February 3, 2026
Home » କେନ୍ଦୁଝରଠାରେ ଜିଲ୍ଲାସ୍ତରୀୟ ଜାତୀୟ ମତଦାତା ଦିବସ ପାଳିତ

କେନ୍ଦୁଝରଠାରେ ଜିଲ୍ଲାସ୍ତରୀୟ ଜାତୀୟ ମତଦାତା ଦିବସ ପାଳିତ

0
WhatsApp Image 2026-01-25 at 10.27.17 PM

କେନ୍ଦୁଝର: ଜିଲ୍ଲାସ୍ତରୀୟ ୧୬ତମ ଜାତୀୟ ମତଦାତା ଦିବସ ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାର ହଲଠାରେ ଅନୁଷ୍ଠିତ ହୋଇ ଯାଇଛି। ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ଵିଶାଲ ସିଂହଙ୍କ ନିର୍ଦ୍ଦେଶକ୍ରମେ ସଂଯୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକ ଯୋଗ ଦେଇ ଜାତୀୟ ମତଦାତା ଦିବସ ଏବଂ ଗଣତନ୍ତ୍ରରେ ମତଦାନର ଗୁରୁତ୍ୱ ସମ୍ବନ୍ଧରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ କେନ୍ଦୁଝର ଉପଜିଲ୍ଲାପାଳ ଶ୍ରୀ ଉମାଶଙ୍କର ଦଳାଇ, ଅତିରିକ୍ତ ଉପ ଜିଲ୍ଲାପାଳ ଶ୍ରୀମତୀ ପୁନମ ବିନିତା ବାଗେ, ଡେପୁଟି କଲେକ୍ଟର ଶ୍ରୀ ବିକାଶ ଚନ୍ଦ୍ର ସାହୁ, ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବରିହା ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାୟ ସଭା ସଂଯୋଜନା କରିଥିଲେ । ଏହି ଅବସରରେ ନୂତନଭାବେ ଭୋଟରରୂପେ ପଂଜୀକୃତ ହୋଇଥିବା ଯୁବକ ଯୁବତୀ ମାନଙ୍କୁ ଭୋଟର ପରିଚୟ ପ୍ରଦାନ କରାଯାଇଥିଲା । ମତଦାନର ଗୁରୁତ୍ୱକୁ ଜନସାଧାରଣଙ୍କ ମଧ୍ୟରେ ବ୍ୟାପକ ପ୍ରଚାର ପ୍ରସାର କରିବା ନିମନ୍ତେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ଏହି ଅବସରରେ ପୁରସ୍କୃତ କରାଯାଇଥିଲା ଏବଂ ମତଦାନର ଶପଥପାଠ କରାଯାଇଥିଲା । ସକାଳେ ଏକ ଭୋଟର ସଚେତନତା ଶୋଭାଯାତ୍ରା ନଗର ପରିକ୍ରମା କରିଥିଲା । ଏହାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକ ପତାକା ପ୍ରଦର୍ଶନ କରି ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସହକାରୀ ଜିଲ୍ଲାପାଳ (ନିର୍ବାଚନ) ସନ୍ତୋଷ କୁମାର ପରିଡ଼ା ପରିଚାଳନା କରିଥିଲା ବେଳେ ବରିଷ୍ଠ ରାଜସ୍ୱ ସହାୟକ ପାର୍ଥସାରଥୀ ନାୟକ ଓ ଅନ୍ୟ କର୍ମଚାରୀ ସହଯୋଗ କରିଥିଲେ।

କେନ୍ଦୁଝର ରୁ ରୁପା ପିଲ୍ଲାଇଙ୍କ ରିପୋର୍ଟ (ଇପିଏ)ଇଷ୍ଟର୍ନ ପ୍ରେସ

Leave a Reply

Your email address will not be published. Required fields are marked *