August 21, 2026
Home » ବାରବାଟୀ ଷ୍ଟାଡିୟମ ରେ ୭୭ତମ ସାଧାରଣତନ୍ତ୍ର ଦିବସ ଓ ରକ୍ତଦାନ କାର୍ଯ୍ୟକ୍ରମ

ବାରବାଟୀ ଷ୍ଟାଡିୟମ ରେ ୭୭ତମ ସାଧାରଣତନ୍ତ୍ର ଦିବସ ଓ ରକ୍ତଦାନ କାର୍ଯ୍ୟକ୍ରମ

0
Screenshot 2026-01-26 172222

କଟକ ରେ ବାରବାଟୀ ଷ୍ଟାଡିୟମ ରେ ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣ ତନ୍ତ୍ର ଦିବସ ରେ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ମିଳିତ ପ୍ୟାରେଡ ରେ ଅଭି ବାଦନ ଗ୍ରହଣ କଲେ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ, ଏହି ଅବସରରେ ଉଦ୍ ବୋଧନ ଦେଇ ଭାରତୀୟ ସମ୍ବିଧାନ ଅତ୍ୟନ୍ତ ମହାନ୍ ବୋଲି ମତବ୍ୟକ୍ତ କରି ଥିଲେ, ଓ ଦେଶ ପାଇଁ ବଳିଦାନ ଦେଇଥିବା ସଂଗ୍ରାମୀ ଙ୍କ ସ୍ମୃତି ଚାରଣ କରି ଥିଲେ,

ବିଭିନ୍ନ କ୍ଷେତ୍ର ରେ ସଫଳ ଅନୁଷ୍ଠାନ , ବ୍ୟକ୍ତି ମାନଙ୍କୁ ସମ୍ବର୍ଦ୍ଧିତ କରି ଥିଲେ l ଏବଂ କଟକ Indoor Stadium ଠାରେ ଜିଲ୍ଲାସ୍ତରୀୟ 77 ତମ ସାଧାରଣତନ୍ତ୍ର ଦିବସରେ ଆୟୋଜିତ ରକ୍ତଦାନ କାର୍ଯ୍ୟକ୍ରମ ରେ ଓଡ଼ିଶାର ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଆମ ସ୍ବପ୍ନ ଫାଉଣ୍ଡେସନ କୁ ପ୍ରସଂଶା କରିବା ସହ ଆଗକୁ ବଢ଼ିବା ନିମନ୍ତେ ଉତ୍ସାହିତ କରିଥିଲେ।

 

କଟକ ଇପିଏ ରୁ ଲଳିତ ଦାଶ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।