March 19, 2026
Home » ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

0
1000989978
ନୟାଗଡ଼:  ନୟାଗଡ ଓଡ଼ିଆ ପକ୍ଷ ପାଳନ ଉପଲକ୍ଷେ ଅପରାହ୍ନ ଘ ୫ ଘଟିକା ସମୟରେ ସମ୍ମାନୀୟ ଜିଲ୍ଲାପାଳ ମଧୁମିତା ରଥଙ୍କ ଅଧକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ତରଫରୁ ୦୧. ୦୪. ୨୦୨୬ ରୁ ୧୪. ୦୪. ୨୦୨୬ ପଣା ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡ଼ିଆ ନବବର୍ଷ ସମୟକୁ “ଓଡ଼ିଆ ପକ୍ଷ ” ପାଳନ କରାଯିବାକୁ ନିର୍ଦେଶ ରହିଥିବାରୁ, ନୟାଗଡ଼ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମ କିପରି ସୁଚାରୁରୂପେ କରାଯିବ ସେଥିପାଇଁ ଆଲୋଚନା କରାଗଲା l ଏହି ସବୁ କାର୍ଯ୍ୟକ୍ରମରେ କିପରି ଜନସାଧାରଣ ସାମିଲ ହୋଇ ପାରିବେ ସେ ବିଷୟରେ ଆଲୋଚନା କରାଗଲା l
;
ବ୍ଲକସ୍ତରରୁ ଜିଲ୍ଲା ସ୍ତର ପର୍ଯ୍ୟନ୍ତ ପ୍ରତ୍ୟେକ କାର୍ଯ୍ୟକ୍ରମ ଲୋକାଭିମୁଖୀ କରାଯିବାକୁ ସମ୍ମାନୀୟା ଜିଲ୍ଳାପାଳଙ୍କର ପରାମର୍ଶ ରହିଲା l ଏହି କାର୍ଯ୍ୟକ୍ରମରେ ଏଥିରେ ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୌର ପରିଷଦ ଅଧକ୍ଷା, ନୟାଗଡ଼ ନିରୁପମା ଖଟେଇ, ଆରକ୍ଷୀ ଅଧିକ୍ଷକ ଏସ. ସୁଶ୍ରୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ ) ରୋଜିନା ଦାସ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ବିଜୟାନନ୍ଦ ନାୟକ, ଉପ-ଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, , ଡେପୁଟି କଲେକ୍ଟର, ରେଡ଼କ୍ରସ ତପତି ରାଜ, ଜିଲ୍ଲା ଶିକ୍ଷାଧିକାରୀ, ବିଡ଼ିଓ, ପୌରପରିଷଦ ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ, ଜିଲ୍ଲାର ସମସ୍ତ ନିର୍ବାହୀ ଅଧିକାରୀ, ଶ୍ରମ ବିଭାଗ, ଜିଲ୍ଲା କ୍ରୀଡା ଅଧିକାରୀ ସୁଜାତା କୁମାରୀ ସାହୁ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ, ଜିଲ୍ଲା ସଂସ୍କୃତି ଅଧିକାରୀ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ପ୍ରମୁଖ ଯୋଗ ଦେଇଥିଲେ l
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *