March 30, 2026
Home » ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ବିଭିନ୍ନ ପ୍ରକାରର 48 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ l

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ବିଭିନ୍ନ ପ୍ରକାରର 48 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ l

0
WhatsApp Image 2026-03-30 at 3.05.18 PM

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ ବାଗବର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସ୍ଥିତ ପ୍ରାଥମିକ କୃଷି ସମବାୟ ସମିତି ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ 48 ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ 36 ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ 12 ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୀରମହାରାଜପୁର ରାଜୀବ କୁମାର ହାଁସଦା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରାଜେନ୍ଦ୍ର ମାଝୀ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଉପ – ଜିଲ୍ଲାପାଳ, ବୀରମହାରାଜପୁର ସୁରେନ୍ଦ୍ର କୁମାର ମେହେର, ଉପାଧ୍ୟକ୍ଷ, ବୀରମହାରାଜପୁର ପଞ୍ଚାୟତ ସମିତି, ନାରାୟଣ ଲୁହା, ତହସିଲଦାର, ବୀରମହାରାଜପୁର, ସୁଶ୍ରୀ ସୁଚିଶ୍ମିତା ପାଣିଗ୍ରାହୀ, ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ, ସୁଶ୍ରୀ ପ୍ରିୟଦର୍ଶିନି ସାହୁଙ୍କ ସମେତ ସରପଞ୍ଚ, ଉଫୁଲା ଶ୍ରୀୟା କର୍ମୀ ଓ ସରପଞ୍ଚ ବାଗବର ଗ୍ରାମ ପଞ୍ଚାୟତ, ନିରୁପମା ବଗର୍ତ୍ତି ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ

Leave a Reply

Your email address will not be published. Required fields are marked *