ବରଗଡ ଜିଲ୍ଲାସ୍ତରରେ ଆୟୋଜିତ ହେଲା ସଚେତନତା ପଦଯାତ୍ରା
ବରଗଡ: ଓଡ଼ିଆ ଆମ ଭାଷା, ଆମ ରାଜ୍ୟ ଭାଷା ଭିତ୍ତିକ ରାଜ୍ୟ, ଓଡ଼ିଆ ଭାଷାକୁ ନେଇ ଆମ ପରିଚୟ । ହେଲେ ସଚେତନତା ଅଭାବ ଓ ନିଜ ଭାଷା ପ୍ରତି ଆଗ୍ରହ ନଥିବାରୁ ଆଜି ବି ଅଧିକାଂଶ ଦୋକାନ ବଜାରରେ ଲାଗିଥିବା ନାମ ଫଳକରେ ଓଡ଼ିଆ ଭାଷାର ବ୍ୟବହାର ହେଉନାହିଁ । ତେବେ ଆମ ଭାଷାର ମର୍ଯ୍ୟାଦା ଓ ସମ୍ମାନ ବୃଦ୍ଧି ପାଇଁ ସାରା ରାଜ୍ୟରେ ଓଡ଼ିଆ ପକ୍ଷ-୨୦୨୬ ର ଚତୁର୍ଥ ଦିବସରେ ଓଡ଼ିଆରେ ନାମ ଫଳକ ଅଭିଯାନ ଆୟୋଜିତ ହୋଇଛି ।


ଏହି କ୍ରମରେ ଆଜି ବରଗଡ଼ରେ ଏକ ସଚେତନତା ପଦଯାତ୍ରା କାର୍ଯ୍ୟକ୍ରମ ଆୟୋଜିତ କରି ଉକ୍ତ ଅଭିଯାନର ଶୁଭାରମ୍ଭ କରାଯାଇଛି । ଏହି ଶୋଭାଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରୁ ବାହାରି ଅନ୍ୟାନ୍ୟ ପଥ ଦେଇ ଆରକ୍ଷୀ ଅଧିକାରୀଙ୍କ କାର୍ଯ୍ୟାଳୟ ଯାଏଁ ପହଞ୍ଚିଥିଲା।ଜିଲ୍ଲାର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବଜାରରେ ପଦଯାତ୍ରା ମାଧ୍ୟମରେ ଦୋକାନ ବଜାର, ଶିଳ୍ପ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ, ବାଣିଜ୍ୟି…
ଇପିଏର ଜିଲ୍ଳା ପ୍ରତିନିଧି କ୍ଷମା ନିଧି ବଣ୍ଡୁକିଙ୍କ(ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସୀ) ରିପୋର୍ଟ,
