April 6, 2026
Home » ବଜ୍ରାଘାତରେ ଜଣେ ମହିଳା ମୃତ, ତିନି ମହିଳା ଗୁରୁତର

ବଜ୍ରାଘାତରେ ଜଣେ ମହିଳା ମୃତ, ତିନି ମହିଳା ଗୁରୁତର

0
WhatsApp Image 2026-04-05 at 4.05.20 PM (1)

 

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଆଜି ମଧ୍ୟାହ୍ନରେ ଚାଷ ଜମିରୁ କାମ କରି ଫେରୁଥିବା ସମୟରେ ହଠାତ୍ ବଜ୍ରପାତ ହେବାରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି ଓ ଏହାସହ ଅନ୍ୟ ୩ ମହିଳା ଗୁରୁତର ହୋଇଛନ୍ତି ।
ମୃତ ମହିଳାଙ୍କ ନାମ ସଞ୍ଚିତା ବିଶ୍ୱାଳ ବୋଲି ଜଣାପଡିଛି।

 

ଗୁରୁତର ମହିଳାମାନେ ହେଲେ କ୍ଷିରଦେଇ ପ୍ରଧାନୀ, ସଂଯୁକ୍ତା ଲହଜଲ ଓ ଭୂମିସୁତା ଲହଜଲ। ସମସ୍ତଙ୍କୁ ଜୁନାଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇ ଚିକିତ୍ସା କରଯାଉଥିବା ଜଣାପଡିଛି । ଖବରପାଇ ଜୁନାଗଡ଼ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…

Leave a Reply

Your email address will not be published. Required fields are marked *