May 25, 2026
Home » ଡୁଙ୍ଗୁରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ : ୬୯ଟି ଦରଖାସ୍ତ ଗ୍ରହଣ l

ଡୁଙ୍ଗୁରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ : ୬୯ଟି ଦରଖାସ୍ତ ଗ୍ରହଣ l

0
WhatsApp Image 2026-05-25 at 2.23.22 PM (1)

 

ସୁବର୍ଣ୍ଣପୁର— ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଚେରୁପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୬୯ ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୫୨ ଟି ବ୍ୟକ୍ତିଗତ ଓ ୧୫ ଟି ସାମୁହିକ ଦରଖାସ୍ତ ଥିଲା l ସେଥିମଧ୍ୟରୁ ଗୋଟିଏ ଦରଖାସ୍ତ ମୁଖ୍ୟ ମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ଥିବା ବେଳେ, ଆଉ ଏକ ଦରଖାସ୍ତ ରେଡ କ୍ରସ ସହାୟତା ପାଇଁ ରହିଥିଲା ଏବଂ ଗୋଟିଏ ଦରଖାସ୍ତ ର ତୁରନ୍ତ ସମାଧାନ ହୋଇଥିଲା ।

ଅନ୍ୟାନ୍ୟ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି।ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଅତିରିକ୍ତ ତହସିଲଦାର ଶ୍ରୀ ରୋହିତ ବାଗ, ସରପଞ୍ଚ ଶ୍ରୀ ଦିଲୀପ କୁମାର ଶତପଥୀ ପ୍ରମୁଖ ମଞ୍ଚାସିନ ଥିଲେ । ଡୁଙ୍ଗୁରିପାଲି
ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସଂଜୀବ କୁମାର ସାହୁଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରାଣୀ ଦାସ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *