June 25, 2026
Home » ବରଗଡ଼ ପୌରପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ଼ ପୌରପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

0
WhatsApp Image 2026-06-25 at 3.53.32 PM

 

ବରଗଡ଼ :ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବରଗଡ଼ ପୌରପରିଷଦ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଏବଂ ପ୍ରାଇଭେଟ ବସ୍‌ଷ୍ଟାଣ୍ଡ ନିକଟସ୍ଥ ୱାର୍ଡ ନଂ–୧୧, ନୂଆପଡ଼ା ସ୍ଥିତ ଖେଳ ପଡ଼ିଆ ଠାରେ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷା ଶ୍ରୀମତୀ କଳ୍ପନା ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଓ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇଥିଲେ।

ସାଂସଦ ପ୍ରତିନିଧି ଶ୍ରୀ ପରେଶ ବିଶି, ପୌରପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଦେବାନନ୍ଦ ସାହୁ, ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ନାଗରିକମାନଙ୍କୁ ପୌରସଂସ୍ଥା ମାଧ୍ୟମରେ ପ୍ରଦାନ କରାଯାଉଥିବା ବିଭିନ୍ନ ସରକାରୀ ସୁବିଧା ଓ ସେବା ସମ୍ପର୍କରେ ସଚେତନ କରାଇଥିଲେ।ଏହି ଅବସରରେ ଉପସ୍ଥିତ ହିତାଧିକାରୀ ଓ ସାଧାରଣ ଜନତା ଅଭାସୀ (ଭର୍ଚୁଆଲ୍) ମାଧ୍ୟମରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ସହ ସଂଯୁକ୍ତ ହୋଇ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ପଦକ୍ଷେପ ସମ୍ପର୍କରେ ସୂଚନା ଗ୍ରହଣ କରିଥିଲେ। କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ନାଗରିକ ଅଂଶଗ୍ରହଣ କରିଥିଲେ।
ଇପିଏରୁ ବରଗଡ଼ ଜିଲ୍ଲା ପ୍ରତିନିଧି କ୍ଷମାନି ଧି ବଣ୍ଡୁକିଙ୍କ ରିପୋର୍ଟ.

Leave a Reply

Your email address will not be published. Required fields are marked *